ରାଜ୍ୟ ସରକାରରେ ବାହାରିଲା 902 ପଦବୀ, ନିଯୁକ୍ତି ପାଇବେ ଶିକ୍ଷକ ଓ ଅଣଶିକ୍ଷକ

ଭୁବନେଶ୍ୱର : ରାଜ୍ୟରେ ଶିକ୍ଷାମାନରେ ଉନ୍ନତି ଆଣିବା ନେଇ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁବେଳେ ବିଶେଷ ଧ୍ୟାନ ଦେଇଆସୁଛନ୍ତି । ବିଦ୍ୟାଳୟଗୁଡିକର ଭିତ୍ତିଭୂମି ବିକାଶ ସହ ଶିକ୍ଷକ, ଅଣଶିକ୍ଷକ ପଦରେ ନିଯୁକ୍ତି ଦେଉଛନ୍ତି । ଏହି କ୍ରମରେ 902 ପଦବୀକୁ ମଞ୍ଜୁରି ଦେଇ ଆଉ ଏକ ପଦକ୍ଷେପ ନେଇଛନ୍ତି ।

job vacancy

106 ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ନୂତନ ପଦବୀ ସୃଷ୍ଟି ହୋଇଛି । ରାଜ୍ୟ ସରକାର ମୋଟ 902 ପଦବୀ ବାହାର କରିଛନ୍ତି । ଏଥିରେ 642 ଶିକ୍ଷକ ଓ 260 ଅଣଶିକ୍ଷକ ପଦବୀ ରହିଛି । ଖୁବ୍‌ ଶୀଘ୍ର ଏନେଇ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ । 642 ପୋଷ୍ଟ ଗ୍ରାଜୁଏଟ ଟିଚର(ପିଜିଟି) ପଦବୀ ସମେତ 24 ଲାବୋରେଟୋରୀ ଆସିଷ୍ଟାଣ୍ଟ୍‌, 24 ଲାବୋରେଟୋରୀ ଆଟେଣ୍ଡାଣ୍ଟ୍‌, 106 ଆସିଷ୍ଟାଣ୍ଟ୍‌ ଲାଇବ୍ରେରିଆନ, 106 ଜୁନିୟର କ୍ଲର୍କ ପଦବୀ ସୃଷ୍ଟି ହୋଇଛି ।

ଚଳିତ ବର୍ଷ 106 ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତି । ଏ ସବୁ ବିଦ୍ୟାଳୟରେ ଯୁକ୍ତ-2 ଖୋଲିଛି । ଦଶମ ପଢ଼ିସାରିବା ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ-ଦୁଇ ପଢ଼ିପାରିବେ । ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବୀଗୁଡିକ ସୃଷ୍ଟି ହୋଇଛି । ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ଯ୍ୟ, ଲାବ୍‌ର ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାର ବିଶେଷ ଧ୍ୟାନ ଦେଇ ଅଣ-ଶିକ୍ଷକ ପଦବୀଗୁଡିକୁ ମଞ୍ଜୁରୀ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+