ଆକ୍ସନ ମୁଡ଼ରେ ରାଜ୍ୟ ସରକାର ; ସରକାରୀ ହେଲିକପ୍ଟରରେ ବୁଲି ବ୍ୟକ୍ତିଗତ କାମ କରିବା ମାମଲାରେ ବିସ୍ଫୋରକ ବୟାନ ଦେଲେ ଆଇନ ମନ୍ତ୍ରୀ

ଆକ୍ସନ ମୁଡ଼ରେ ରାଜ୍ୟ ସରକାର। ନିର୍ବାଚନ ବେଳେ ଓ ତା ପୂର୍ବରୁ ବିଜେଡି ନେତା ଭି,କେ ପାଣ୍ଡିଆନ ଏକ ସରକାରୀ ହେଲିକପ୍ଟରରେ ବୋଲି ପ୍ରଚାର କରୁଥିବାର ଦେଖିବାକୁ ମିଳିଥିଲା ।

Prithviraj Harichandan

ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି କି ପାଣ୍ଡିଆନ ହେଲିକାପ୍ଟର ଗସ୍ତ ଖର୍ଚ୍ଚ କିଏ ବହନ କରିଥିଲା, ତାର ସ୍ପଷ୍ଟତା ଆସିବା ଦରକାର ତେଣୁ ତଦନ୍ତ ହେବା ଆବଶ୍ୟକତା ରହିଛି । ତାଙ୍କ ହେଲିପ୍ୟାଡ଼ ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦେଶ ଯାଉଥିଲା ଏବଂ ସରକାରୀ ଖର୍ଚ୍ଚରେ ହେଲିପ୍ୟାଡ଼ ନିର୍ମାଣ କରାଯାଉଥିଲା । ପାଣ୍ଡିଆନ ପାଖାପାଖି ୪୦୦ ରୁ ୪୫୦ ଜାଗା ବୁଲିଛନ୍ତି ।

ହେଲିପ୍ୟାଡ଼ ନିର୍ମାଣ ଲାଗି ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହୋଇଛି, ସେ ବାବଦରେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହେବ । କିଏ ନିର୍ଦେଶ ଦେଇଥିଲା ଏବଂ କେମିତି ନିର୍ଦେଶ ଦେଇଥିଲା । ବିଭଗୀୟ ସଚିବ ଯାହାର ହେଲିକପ୍ଟର ବ୍ୟବହାର କରିବାର ପ୍ରବଧାନ ନାହିଁ, ସରକାର କେମିତି ଅନୁମତି ଦେଇଥିଲେ, ହେଲିକପଟର ଅବତାରଣ କରିବା ପାଇଁ ପ୍ରୋସେସ କରିଥିଲେ, ଏ ସବୁ ତଦନ୍ତ ପରିସରଭୁକ୍ତ ହେବ । ତଦନ୍ତ କରାଯାଇ ଦଣ୍ଡବିଧାନ କରାଯିବ । ଆଇନ ମନ୍ତ୍ରୀ ପ୍ରଶ୍ନ କରିଛନ୍ତି ଯେ,
* ଜଣେ ସଚିବଙ୍କୁ ହେଲିକପଟରରେ ବୁଲିବାକୁ ଅନୁମତି କିଏ ଦେଲା ?
* ହେଲିପ୍ୟାଡ଼ ନିର୍ମାଣ ପାଇଁ କିଏ ନିର୍ଦେଶ ଦେଇଥିଲା ଏବଂ ଖର୍ଚ୍ଚ କେମିତି ହେଲା ତାହା ତଦନ୍ତ ପରିସରଭୁକ୍ତ ହେବ
* ତଦନ୍ତ କରାଯାଇ ଦଣ୍ଡବିଧାନ କରାଯିବ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+