'ଲଘୁଚାପ ଜନିତ ପ୍ରବଳ ବର୍ଷା ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ'
ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପ ଜନିତ ବର୍ଷା ନେଇ ସତର୍କ ରହିଛି ପ୍ରଶାସନ । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ସମସ୍ତ ଜିଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦେଶ ଦିଆଯାଇଛି । ବାତ୍ୟା ନେଇ ଆମେରିକା ଏକ ସଂସ୍ଥା ଆକଳନ କରିବା ପରେ ସବୁ ଦିଗ ଉପରେ ନଜର ରଖାଯାଇଛି । ଏଯାବତ ଭାରତୀୟ ପାଣିପାଗ ସଂସ୍ଥା ବାତ୍ୟା ନେଇ କିଛି ଆକଳନ କରିନାହିଁ । ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାରେ ରେଡ ଆଲର୍ଟ ଓ ଉପକୂଳରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ରାଜସ୍ୱ ମନ୍ତ୍ରୀ ଆହୁରି କହିଛନ୍ତି, ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର ଆକଳନ ହୋଇଛି। ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି। କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି। ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି।
ତେଣୁ ତାକୁ ରେଡ ଆଲର୍ଟରେ ରଖାଯାଇଛି। ଉପକୂଳ ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ଆଲର୍ଟରେ ରଖିଛୁ। ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖିଛୁ। ପ୍ରକୋପ ଯଦି ବେଶୀ ହୁଏ ସେଥିପାଇଁ ଆମେ ପ୍ରସ୍ତୁତ କମ ହେଲେ ବି ତାର ମୁକାବିଲା କରାଯିବ।












Click it and Unblock the Notifications