୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି କଲେ ରାଜ୍ୟ ସରକାର
ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ ନ ଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ ରଦ୍ଦ, ୫ଟି ମାମଲା କୋର୍ଟରେ ବିଚାରାଧୀନ ରହିଥିବାବେଳେ ବନ୍ଦ ଥିବା ୯୧୪ ସଂସ୍ଥାରୁ ଇଡ୍କୋ ନିୟମ ଅନୁଯାୟୀ ୬୬୫ଟି ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ସେଥିମଧ୍ୟରୁ ୨୬୭ଟି ଶିଳ୍ପ ସଂସ୍ଥାର ଜମି ଆବଣ୍ଟନ ରଦ୍ଦ କରାଯାଇଛି। ଆବଣ୍ଟନ ରଦ୍ଦ ମଧ୍ୟରୁ ୮୧ଟି ଶିଳ୍ପ ସଂସ୍ଥା ବିରୋଧରେ ଇୟୁଓ ମାମଲା ରହିଛି। ଶୁକ୍ରବାର ବିଧାନସଭାରେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି।
ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ସରକାର ଜମି ଯୋଗାଇ ଦେଉଥିଲେ ହେଁ କମ୍ପାନୀ ଦେବାଳିଆ କିମ୍ବା ଅନ୍ୟ କାରଣରୁ ବନ୍ଦ ହେଲେ ଉକ୍ତ ଜମିକୁ ଆଉ ସରକାରଙ୍କୁ ଫେରାଉ ନାହାନ୍ତି। କେତେ ଜମି ଓଡ଼ିଶାରେ ଏମିତି ଅଛି ବୋଲି ବିଧାୟକ ଚକ୍ରମଣି ମନ୍ତ୍ରୀଙ୍କୁ ପଚାରିଥିଲେ। ମନ୍ତ୍ରୀ ତାଙ୍କ ଉତ୍ତରରେ ଉପରୋକ୍ତ ତଥ୍ୟ ରଖିଛନ୍ତି।

-
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ଛାତ୍ର ସଂସଦ ନିର୍ବାଚନ କରିବାକୁ ସରକାର ସକରାତ୍ମକ ଅଛନ୍ତି -
ରମେଶ ଜେନାଙ୍କ ନିଲମ୍ବନ ହଟିବ ନାହିଁ,ବିଧାୟକ ପଦ ରଦ୍ଦ ପାଇଁ ଚାର୍ଜସିଟ୍ ପ୍ରସ୍ତୁତ ହେଉଛି ; କହିଲେ ଭକ୍ତ -
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ନନ୍ଦନକାନନରେ ଜନ୍ମ ନେଲା ଲମ୍ବା ଥଣ୍ଟିଆ ଶାଗୁଣା ଛୁଆ -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ମାର୍ଚ୍ଚ ସୁଦ୍ଧା ମାଲକାନଗିରିରୁ ଉଡ଼ିବ ବିମାନ -
ଚାଲିପାରୁନି ବିଧାନସଭା, ଦିନ ୧ଟା ଯାଏଁ ଗୃହ ମୁଲତବି -
ଗୃହ ମଧ୍ୟ ଭାଗରେ ବିରୋଧୀ ସଦସ୍ୟଙ୍କ ହୋହଲ୍ଲା ଓ ନାରାବାଜି,ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି -
ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ, ମେଡିକାଲରେ ରୋଗୀଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇ ହୋହଲ୍ଲା -
କାଲିଠୁ ମାଟ୍ରିକ୍ ଖାତାଦେଖା -
ଆଜି ମହାପ୍ରଭୁଙ୍କ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ -
ରାଜ୍ୟସଭାରେ କାର୍ଯ୍ୟକାଳ ଶେଷ ହୋଇଥିବା ୫୯ ଜଣ ସଦସ୍ୟଙ୍କୁ ଆଜି ପ୍ରଦାନ କରାଗଲା ବିଦାୟ ସମ୍ବର୍ଦ୍ଧନା











Click it and Unblock the Notifications