କାଳବୈଶାଖୀ କ୍ଷତିଗ୍ରସ୍ତ ପାଇଁ ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର, ଘର ସଂପୂର୍ଣ୍ଣ ନଷ୍ଟ ହୋଇଥିଲେ ମିଳିବ ନୂଆ ଘର

ମୟୂରଭଞ୍ଜ ଜିଲାରେ କାଳବୈଶାଖୀ ବର୍ଷାଜନିତ କୁଆପଥର ମାଡ଼ରେ ବ୍ୟାପକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି। ରବିବାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରଭାବିତ ଅଞ୍ଚଳ ଗସ୍ତକରି ବିପନ୍ନ ପରିବାରଙ୍କୁ ଭେଟିବା ସହ ମଙ୍ଗଳବାର ସୁଦ୍ଧା ତୁରନ୍ତ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ କ୍ଷତିଗ୍ରସ୍ତ ବିପନ୍ନମାନଙ୍କୁ ଗୃହ ମରାମତି ବାବଦ ୧ ଲକ୍ଷ ୨୦ ହଜ଼ାର ଟଙ୍କା ଓ ବାସନ କୁସନ କିଣା ବାବଦ ୫ ହଜ଼ାର ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। କ୍ଷୟକ୍ଷତିର ଆକଳନ ଅନୁଯାୟୀ, ସରକାରଙ୍କ ପକ୍ଷରୁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୧୯ କୋଟି ୬୫ ଲକ୍ଷ ୧୦ ହଜାର ୬୫୮ ଟଙ୍କା ପ୍ରଦାନ କରାଯାଇଛି। ଯେଉଁମାନଙ୍କର ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି ସେମାନଙ୍କୁ ଆବାସ ଯୋଜନାରେ ଗୃହ ଯୋଗାଇ ଦିଆଯିବ।

big decision

ଯେଉଁମାନଙ୍କର ଆଂଶିକ କ୍ଷତିଗ୍ରସ୍ତ ହୋଇଛି ସେମାନଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ଶ୍ରୀ ପୂଜାରୀ ସେଠାରେ ଗଣମାଧ୍ୟମକୁ କହିଛନ୍ତି। ମନ୍ତ୍ରୀ ପ୍ରଭାବିତ ଗ୍ରାମ ଗୁଡିକ ପରିଦର୍ଶନ କରି ଲୋକଙ୍କ ବିଭିନ୍ନ ସମସ୍ୟା ସମ୍ୱନ୍ଧରେ ଆଲୋଚନା କରିଥିଲେ। ସର୍ଭେ ସମୟରେ ବ୍ୟାଙ୍କ ଜମା ଖାତା ନଂ ଓ ଆଧାର ନଂ ଦାଖଲ କରିଥିବା ଲୋକମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମଙ୍ଗଳବାର ସୁଦ୍ଧା ଅନୁଦାନ ଅର୍ଥ ପହଂଚିବ ବୋଲି କହିଥିଲେ।
କ୍ଷତିଗ୍ରସ୍ତ ଅଞ୍ଚଳରେ ପଲିଥିନ୍‌ ଯୋଗାଇ ଦିଆଯାଇଥିବାବେଳେ ଆଶ୍ରୟସ୍ଥଳରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ମନ୍ତ୍ରୀ ଶ୍ରୀ ପୂଜାରୀ ରିଲିଫ କ୍ୟାମ୍ପରେ ଆଶ୍ରୟ ନେଇଥିବା ଲୋକଙ୍କ ସହ ମିଶି ଭୋଜନ କରିବା ସହ ଅସ୍ଥାୟୀ ହେଲିପ୍ୟାଡରେ ସ୍ଥିତି ସମୀକ୍ଷା କରିଥିଲେ। ଅାସନ୍ତାକାଲି ସୁଦ୍ଧା ଗୃହ ମରାମତି, ଆବଶ୍ୟକ ଲୁଗାପଟା, ବାସନକୁସନ ପାଇଁ ଆର୍ଥିକ ସହାୟତା ଯୋଗାଇଦେବା ପାଇଁ ମନ୍ତ୍ରୀ ନିର୍ଦେଶ ଦେଇଥିଲେ।
ବାଙ୍ଗିରିପୋଷି ବ୍ଲକ୍‌ର ସୋରାସପୋଷି, ହାଣଦା, ସିଲପୁଞ୍ଜି, ମଣଦା, ମହୁଲବରେଇ ଓ ବିଶୋଇ ବ୍ଲକ୍‌ର ମୂଷାମାରି, ପୁଣ୍ଡିଦା, ଖଡମବେଢ଼ା, ସାରସପଡ଼ା, କେଶରଗଡ଼ିଆ ଆଦି ସ୍ଥାନର ସ୍ଥିତି ବୁଲି ଦେଖିଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ଯେ, କାଳବୈଶାଖୀ ପ୍ରଭାବରେ କ୍ଷତିଗ୍ରସ୍ତ ଘର ମରାମତି ପାଇଁ ଆବଶ୍ୟକ କ୍ଷତିପୂରଣ ଯୋଗାଇ ଦିଆଯିବ ଓ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା କ୍ଷତିଗ୍ରସ୍ତ ହିତାଧିକାରୀଙ୍କୁ ମଧ୍ୟ ଅନ୍ତ୍ୟୋଦୟ ଆବାସ ଯୋଜନାରେ ଗୃହ ଯୋଗାଇ ଦିଆଯିବ।
ଏହି ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ, ସାରସକଣା ବିଧାୟକ ଭାଦବ ହାଁସଦା, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ରାଇରଙ୍ଗପୁର ବିଧାୟକ ଜଲେନ୍‌ ନାୟକ, ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ ଓ ଜିଲାପାଳ ହେମକାନ୍ତ ସୟ ପ୍ରମୁଖ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+