ପଣବନ୍ଦୀ ଆଦର୍ଶଙ୍କୁ ଫେରାଇ ଆଣିବାକୁ ବୈଦେଶିକ ମନ୍ତ୍ରାଳୟକୁ ଚିଠି ଲେଖିଲେ ରାଜ୍ୟ ସରକାର

ରାଜ୍ୟ ସରକାର ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ପଣବନ୍ଦୀ ଥିବା ଜଗତସିଂହପୁର ଜିଲ୍ଲାର ଓଡ଼ିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରାଳୟକୁ ଅନୁରୋଧ କରିଛନ୍ତି । ଆଦର୍ଶଙ୍କ ସମ୍ପର୍କରେ ଗଣମାଧ୍ୟମରୁ ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଙ୍ଗେ ସଙ୍ଗେ ଏ ସମ୍ପର୍କରେ ଉପଯୁକ୍ତ ପଦକ୍ଷେପ ନେବା ପାଇଁ ରାଜ୍ୟର ବରିଷ୍ଠ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

mohan majhi

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗୁଇନ୍ଦା ବିଭାଗ ମହାନିର୍ଦ୍ଦେଶକ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରାଳୟକୁ ଚିଠି ଲେଖି ଆଦର୍ଶଙ୍କୁ ଫେରାଇ ଆଣିବାକୁ ପଦକ୍ଷେପ ନେବା ପାଇଁ ଅନୁରୋଧ କରିଛନ୍ତି । ଏଥି ସହିତ, ନୂଆଦିଲ୍ଲୀରେ ଅବସ୍ଥାପିତ ଆବାସିକ କମିଶନର ମଧ୍ୟ ବୈଦେଶିକ ମନ୍ତ୍ରାଳୟକୁ ଚିଠି ଲେଖି ସୁଦାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ କାର୍ଯ୍ୟାଳୟ ସହିତ ଯୋଗାଯୋଗରେ ରହି ଆଦର୍ଶଙ୍କ ଖୋଜଖବର ନେବା ଏବଂ ତାଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ପାଇଁ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା କୋଟକଣା ଗ୍ରାମର ଆଦର୍ଶ କୁମାର ବେହେରା ୨୦୨୨ ମସିହାରୁ ସୁଦାନରେ କାମ କରୁଛନ୍ତି । ନିକଟରେ ତାଙ୍କ ପରିବାରବର୍ଗ ପାଖକୁ ଖବର ଆସିଥିଲା ଯେ, ଆଦର୍ଶ ବର୍ତ୍ତମାନ ନିଖୋଜ ଅଛନ୍ତି ଏବଂ ତାଙ୍କର କୌଣସି ଖୋଜଖବର ମିଳୁନାହିଁ । ମୁଖ୍ୟମନ୍ତ୍ରୀ ଆଦର୍ଶଙ୍କ ପରିବାର ବର୍ଗଙ୍କୁ ଧୈର୍ଯ୍ୟର ସହ ଏହି ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଆଶ୍ୱାସନା ଦେଇଛନ୍ତି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+