ପ୍ରତ୍ୟେକ ଜୀବନ ମୂଲ୍ୟବାନ, ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରୁହନ୍ତୁ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହି ନୀତିକୁ ଅନୁସରଣ କରି ଓଡିଶା ଭଳି ଗୋଟିଏ ବିପର୍ଯ୍ୟୟ ପ୍ରବଣ ରାଜ୍ୟରେ ଆମେ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ କରି ଏ କ୍ଷେତ୍ରରେ ଏକ ଆଗୁଆ ରାଜ୍ୟ ହୋଇ ପାରିଛୁ ।
ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, ପ୍ରତ୍ୟେକ ବର୍ଷର ଜୁନ୍ରୁ ଅକ୍ଟୋବର ମାସ ସମୟ ଅତି ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ । ତେଣୁ ଏହି ସମୟ ଭିତରେ ବାତ୍ୟା ଓ ବନ୍ୟା ଏକ ସମୟରେ ଆସିବାର ମଧ୍ୟ ସମ୍ଭାବନା ରହିଛି । ଏ ବାବଦରେ ଆମର ପ୍ରସ୍ତୁତିକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ।
ସମସ୍ତ ପ୍ରଶାସନିକ କଳ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗୁଆ ବିପର୍ଯ୍ୟୟ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟ, ପାନୀୟ ଜଳ ବ୍ୟବସ୍ଥା ସ୍ବାସ୍ଥ୍ୟ ଓ ପ୍ରାଣୀସେବା ବ୍ୟବସ୍ଥା ଆଦି ସମସ୍ତ ବ୍ୟବସ୍ଥା ଗୁଡିକୁ ପ୍ରସ୍ତୁତ କରି ରଖିବା ଜରୁରୀ।
ଏହାସହିତ ସମସ୍ତ ଓଡ୍ରାଫ ଓ ଅଗ୍ନିସେବା ବାହିନୀ ପ୍ରସ୍ତୁତ ହୋଇ ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିପର୍ଯ୍ୟୟ ପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟପଦାର୍ଥକୁ ମହଜୁଦ ରଖିବା, ଜିଲ୍ଲାସ୍ତରୀୟ ଜରୁରୀକାଳୀନ କେନ୍ଦ୍ରଗୁଡିକୁ ୨୪ ଘଣ୍ଟିଆ କାର୍ଯ୍ୟକାରୀ କରିବା, ପଶୁ ଖାଦ୍ୟ ମହଜୁଦ ରଖିବା ଓ ବିପର୍ଯ୍ୟୟ ସମୟରେ ପ୍ରାଣୀସେବା କ୍ୟାମ୍ପ ଖୋଲିବା ପାଇଁ ସେ ପରାମର୍ଶ ଦେଇଥିଲେ। ଗର୍ଭବତୀ ମହିଳା, ଶାରୀରିକ ଓ ମାନସିକ ଭିନ୍ନକ୍ଷମ ବ୍ୟକ୍ତି, ଶିଶୁ, ବିଧବା ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ବୈଠକରେ ରାଜ୍ୟସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରାଜ୍ୟ ସରକାର ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଯେଉଁସବୁ ପଦକ୍ଷେପ ନେଇଛନ୍ତି, ତା ଉପରେ ସୂଚନା ଦେଇଥିଲେ । ସେ କହିଥିଲେ ଯେ ରାଜ୍ୟରେ ୮୭୯ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଥିବାବେଳେ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅର୍ଥ ବିନିଯୋଗ କରାଯାଇ ଆହୁରି ୫୫ଟି ଆଶ୍ରୟସ୍ଥଳ ନିର୍ମାଣ କରାଯାଉଛି । ରାଜ୍ୟର ବିଭିନ୍ନ ସ୍ଥାନରେ, ବିଶେଷ କରି ଉପକୂଳ ଅଞ୍ଚଳରେ ବିପର୍ଯ୍ୟୟ ପ୍ରତିରୋଧି ଗୃହ ନିର୍ମାଣ କରାଯାଉଛି ବୋଲି ସେ କହିଥିଲେ ।
ଏହି ବୈଠକରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ପ୍ରମୁଖ ବକ୍ତବ୍ୟ ରଖି ନିଜ ନିଜ ଅଞ୍ଚଳରେ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଉପରେ ସୁଚିନ୍ତିତ ମତାମତ ଦେଇଥିଲେ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications