ଭୁବନେଶ୍ୱର ଠାରେ "ରାଜ୍ୟସ୍ତରୀୟ ଯୁବ ମହୋତ୍ସବ- ୨୦୨୩"ର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଯୁବ ସମାଜର ଆବଶ୍ୟକତା ହେଉଛି ସମ୍ମାନ ଓ ସ୍ୱାଭିମାନର ସହ ସ୍ୱାବଲମ୍ବୀ ହେବା ଏବଂ ଏହି ସ୍ୱାବଲମ୍ବୀ ହେବା ପାଇଁ ପରିଶ୍ରମ କରିବା ଦରକାର ବୋଲି ଶନିବାର ଭୁବନେଶ୍ୱର ଠାରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଏବଂ ନେହେରୁ ଯୁବ କେନ୍ଦ୍ର ସଂଗଠନ ଦ୍ୱାରା ଆୟୋଜିତ "ରାଜ୍ୟସ୍ତରୀୟ ଯୁବ ମହୋତ୍ସବ - ୨୦୨୩"କୁ ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଯୁବଗୋଷ୍ଠୀଙ୍କ ଭାବନାକୁ ସଠିକ୍ ଦିଗରେ ପ୍ରେରିତ କରିବା ଏବଂ ସେମାନଙ୍କ ମଧ୍ୟରେ ସାଂସ୍କୃତିକ ବିବିଧତାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯୁବକମାନଙ୍କ ଉତ୍ସାହ, ସାହସ, ସୃଜନଶୀଳତା ସମାଜକୁ ଅନୁପ୍ରାଣିତ କରିବା ସହ ଦିଗଦର୍ଶନ ଦେଇଥାଏ । ଆମର ଜାତି, ସମାଜ, ଭାଷାକୁ ଅକ୍ଷୁର୍ଣ୍ଣ ରଖିବା ଭଳି ଭାବନା ଯୁବକଙ୍କ ମନରେ ତିଆରି କରିବାକୁ ପଡିବ । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ଆରମ୍ଭ ହୋଇଥିବା ମାଇ ଭାରତ ସଂଗଠନ ବିକଶିତ ଭାରତର ନିର୍ମାଣରେ ଯୁବଶକ୍ତିଙ୍କ ଏକଜୁଟ କରିବାର ବଡ ସୁଯୋଗ ଦେଇଛି ।

Dharmendrapradhan

ଭାରତ @୨୦୪୭ କଥାବସ୍ତୁ ଉପରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ ଏବଂ ଯୁବକ ଯୁବତୀଙ୍କୁ ବିକଶିତ ଭାରତ ପାଇଁ ପଞ୍ଚ ପ୍ରଣର ସଂକଳ୍ପ ପାଠ କରାଇଥିଲେ କେନ୍ଦ୍ରମନ୍ତ୍ରୀ । ସେ କହିଛନ୍ତି ଯେ ଆଜିର ଯୁବପିଢିଙ୍କ କାନ୍ଧରେ ହିଁ ଦେଶ ଚରମ ବୈଭବକୁ ପହଞ୍ଚିବ । ଏଥିପାଇଁ ଆମକୁ ଦାସତ୍ୱ ଓ ବିଦେଶୀ ମାନସିକତାକୁ ଦୂର କରିବାକୁ ହେବ । ଦେଶର କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ଗର୍ବ କରିବାକୁ ହେବ । ଦେଶର ଏକତା ଓ ଅଖଣ୍ଡତାକୁ ଯେଭଳି କ୍ଷତି ନପହଞ୍ଚିବ, ସେଥିପାଇଁ ଆଗଭର ହେବାକୁ ପଡିବ । ନାଗରିକ ଭାବେ କେବଳ ଅଧିକାର ନୁହେଁ ବରଂ ସମାଜର କର୍ତ୍ତବ୍ୟ ଓ ଦାୟିତ୍ୱ ନେବା ପାଇଁ ପଡିବ । ଦାୟିତ୍ୱ ନେଲେ ହିଁ ୧୦ ଜଣଙ୍କ ଅଧିକାର ସୁରକ୍ଷିତ ରହିବ । ଚାକିରି କରିବା ପାଇଁ ନୁହେଁ, ଚାକିରି ଦେବା ପାଇଁ ପ୍ରସ୍ତୁତ ହେବା ପାଇଁ ପଡ଼ିବ । ଏଥିପାଇଁ ନିଜ ନିଜ ଢଙ୍ଗରେ ଯୋଜନା କରିବା ସହ ବଡ ଭାବିବା ଓ ବଡ ସ୍ୱପ୍ନ ଦେଖିବା ଦରକାର । ପରିଶ୍ରମୀ ଓ ବୁଦ୍ଧିମତା ଓଡ଼ିଆ ପିଲାମାନେ ନିଜ ବିଷୟରେ ନୁହେଁ ବରଂ ପରିବାର ଓ ସମାଜ ପାଇଁ ଚିନ୍ତା କରିଥାଏ । ସାଧାରଣ ପରିବାରର ପିଲା ମାନେ ଏବେ ଅପାର ସମ୍ଭାବନାର ହିମାଳୟ ପର୍ବତର ଶିଖର ଛୁଇଁଛନ୍ତି।

ସାମାନ୍ୟ ଘର ପିଲାମାନେ ତଥା ବଲାଙ୍ଗୀରର ଓ୍ୱିଙ୍ଗ୍ କମାଣ୍ଡର ନିଖିଲ ରଥ ମିଶନ 'ଗଗନଯାନ'ର ଅଂଶ ହୋଇଛନ୍ତି । ଓଡ଼ିଆ ବୈଜ୍ଞାନିକ ସୁସ୍ମିତା ମହାନ୍ତିଙ୍କ ନାଁ ଫୋର୍ବ୍ସ ପତ୍ରିକାରେ ସ୍ଥାନ ପାଇଛି। ଓଡ଼ିଆ ତଥା ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଗବେଷଣା କରୁଥିବା ପ୍ରତୀକ ପଟ୍ଟନାୟକ ହୁଅନ୍ତୁ ଉଦ୍ୟୋଗୀ ମିନୁଶ୍ରୀ ମଧୁସ୍ମିତା ହୁଅନ୍ତୁ କିମ୍ବା ଓ୍ୱିକିପଡିଆରେ ସମ୍ପାଦନା କରୁଥିବା ସଂଗ୍ରାମ ସେନାପତି ହୁଅନ୍ତୁ ସମସ୍ତେ ନିଜ ବଳରେ ଆଗକୁ ବଢିଛନ୍ତି । ଯାଜପୁର ଜିଲ୍ଲା କୋରେଇ ଅଞ୍ଚଳର ଦେବବ୍ରତ, ସ୍ମୃତିରଞ୍ଜନ, ରଶ୍ମିରଞ୍ଜନ, ଶୁଭକାନ୍ତ ଓ ଜ୍ଞାନରଞ୍ଜନ କରୋନା ସମୟରେ ଲୋକମାନେ କୋଭିଡ୍ ପରୀକ୍ଷା ନ କରୁନଥିବା ବେଳେ ଏହାର ସମାଧାନ ଚିନ୍ତା କରି ସେମାନେ ଏକ ଭିଡିଓ ତିଆରି କରି ସମାଜରେ ସଚେତନତା ସୃଷ୍ଟି କରିଥିଲେ ।

୨୦୩୬ରେ ଓଡ଼ିଶା ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ । ୨୦୪୭ ସୁଦ୍ଧା ଦେଶ ସ୍ୱାଧୀନତାର ୧୦୦ ବର୍ଷ ପୂରଣ କରିବ । ଆଗାମୀ ୨୦୩୬ ଓ ୨୦୪୭ ପାଇଁ ଗାଁରୁ ରାଜ୍ୟ ପର୍ଯ୍ୟନ୍ତ ମୋର ଦାୟିତ୍ୱ କଣ, ତା' ଉପରେ ବିଚାର କରି ଯୁବବର୍ଗମାନେ କାର୍ଯ୍ୟ କରିବା ଆବଶ୍ୟକ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ରାଜ୍ୟସ୍ତରୀୟ ଯୁବ ମହୋତ୍ସବରେ ଚିତ୍ରାଙ୍କନ, କବିତା ଲେଖନୀ, ବକ୍ତୃତା ଏବଂ ସାଂସ୍କୃତିକ କାର୍ଯକ୍ରମ ବ୍ୟତିତ ମୋବାଇଲ ଫଟୋଗ୍ରାଫି ଭଳି ନୂଆ ପ୍ରତିଯୋଗିତା ଯୋଡାଯାଇଥିବାରୁ ଶ୍ରୀ ପ୍ରଧାନ ଖୁସିବ୍ୟକ୍ତ କରିଥିଲେ । ସେ କହିତିୱେ ଓଡ଼ିଶାର କଳା, ସଂସ୍କୃତିର ଅପାର ପ୍ରୟୋଗଶାଳା, ଅପାର ଭଣ୍ଡାର । ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ମାଧ୍ୟମରେ ଯେଉଁ ବିଜେତାମାନେ ଦିଲ୍ଲୀରେ ଜାତୀୟ ସ୍ତରରେ ଭାଗନେବେ, ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+