ପୁଣି ବଡ ପଦକ୍ଷେପ ନେଲେ ରାଜ୍ୟ ସରକାର, ଭାଙ୍ଗିଲା ରାଜ୍ୟ ଯୋଜନା ବୋର୍ଡ , ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭାଙ୍ଗିଲା ରାଜ୍ୟ ଯୋଜନା ବୋର୍ଡ ।ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ଆଜି ରାଜ୍ୟ ଯୋଜନା ବୋର୍ଡକୁ ଭାଙ୍ଗି ଦେଇଛନ୍ତି । ଏହାସହିତ ରାଜ୍ୟ ଯୋଜନା ବୋର୍ଡ ନୂଆ ଢଙ୍ଗରେ ପୁର୍ନଗଠନ ହେବାର ସମ୍ଭାବନା ସୃଷ୍ଟି ହୋଇଛି ।

ରାଜ୍ୟ ଯୋଜନା ବୋର୍ଡ ଭାଙ୍ଗିବା ପାଇଁ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁମୋଦନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏପଟେ ରାଜ୍ୟ ଯୋଜନା ବୋର୍ଡ ଭଙ୍ଗାଯିବା ପରେ ତାକୁ ବିଜେପି ସରକାର ଅଧିକ ପେଷାଦାର ଢଙ୍ଗରେ ପୁର୍ନଗଠନ କରିବେ ବୋଲି ସୂଚନା ମିଳିଛି ।
ରାଜ୍ୟରେ ପୂର୍ବର ବିଜେଡି ସରକାର ୨୦୨୨ ଅକ୍ଟୋବର ମାସରେ ଯୋଜନା ବୋର୍ଡ ସଦସ୍ୟ ଭାବେ ଦଳର ୩ଜଣ ବରିଷ୍ଠ ନେତା ପ୍ରସନ୍ନ କୁମାର ପାଟ୍ଟଶାଣୀ, ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ ଓ ସାଧୁ ନେପାକଙ୍କୁ ନିଯୁକ୍ତି ଦେଇଥିଲା । ୨୦୨୨ ଜୁନ୍ ପ୍ରଥମ ସପ୍ତାହରେ ଦଳର ବରିଷ୍ଠ ନେତା ସଞ୍ଜୟ ଦାସବର୍ମାଙ୍କୁ ଯୋଜନା ବୋର୍ଡ ଉପାଧ୍ୟକ୍ଷ ପଦରୁ ହଟାଇ ଦେବା ପରଠୁ ଏହି ପଦ ଖାଲି ପଡ଼ିଥିଲା ।

ଏବେ ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିଥିବାରୁ ଦଳ ନିଜର ବରିଷ୍ଠ ନେତାମାନଙ୍କୁ ଏହି ବୋର୍ଡରେ କ୍ୟାବିନେଟ୍ ଓ ରାଷ୍ଟ୍ରମନ୍ତ୍ରୀ ପାହ୍ୟାର ସୁବିଧାସୁଯୋଗ ଦେଇ ଖୁବଶୀଘ୍ର ଥଇଥାନ କରିବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+