ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ; ମାଟ୍ରିକ ପରୀକ୍ଷା ପାଇଁ ୨୦୨୭ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ । ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ 5T ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ଜିଲ୍ଲା, ବ୍ଲକ ସମସ୍ତଙ୍କ ଅବଦାନ ପାଇଁ ମିଳିଛି "ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର" । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି।

ବ୍ୟକ୍ତିଗତ ଓ ଆନୁଷ୍ଠାନିକ ଦୁଇଟି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୬ଟି ବିଭାଗରେ ୭୫୧୯ ଟି ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୩୮ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଛି।

ବ୍ୟକ୍ତିଗତ ପୁରସ୍କାର (ମାଧ୍ୟମିକ) ବର୍ଗରେ ମାଟ୍ରିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ମେଧାବୀ ଛାତ୍ରଛାତ୍ରୀ, ୭୦୦ ଶିକ୍ଷକ ଶିକ୍ଷୟତ୍ରୀ, ୪୧୯ ଜଣ ପ୍ରଧାନ ଶିକ୍ଷକ, ୫୮ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ୧୦ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀ, ୩ ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ପୁରସ୍କାର ପାଇଛନ୍ତି । ସେହିପରି ବ୍ୟକ୍ତିଗତ ପୁରସ୍କାର (ପ୍ରାଥମିକ) ବର୍ଗରେ ୩୫୦ ଜଣ ପ୍ରଧାନ ଶିକ୍ଷକ ଓ ୩୧୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପୁରସ୍କାର ପାଇଛନ୍ତି।

naveen_patnaik

ସେହିପରି ଆନୁଷ୍ଠାନିକ (ମାଧ୍ୟମିକ) ବର୍ଗରେ ୪ଟି ଜିଲ୍ଲା, ୧୦ଟି ବ୍ଲକ, ୧୦୫୭ଟି ସ୍କୁଲ, ୪୧୯ଟି ବିଦ୍ୟାଳୟ ପରିଚାଳନା କମିଟି, ୪୧୯ଟି ପୁରାତନ ଛାତ୍ର କମିଟି, ୪୧୪ଟି ଗ୍ରାମ ପଞ୍ଚାୟତ ପୁରସ୍କାର ପାଇଛନ୍ତି।

ସେହିପରି ଆନୁଷ୍ଠାନିକ (ପ୍ରାଥମିକ) ବର୍ଗରେ ୧୩୦୭ଟି ବିଦ୍ୟାଳୟ ପୁରସ୍କାର ପାଇଛନ୍ତି। ଏହା ବ୍ୟତିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବର୍ଗରେ ୩ଟି ଆନୁଷ୍ଠାନିକ ପୁରସ୍କାର ପ୍ରଦାନ କରାଯାଇଛି।

ବିଦ୍ୟାଳୟ ଶିକ୍ଷାର ସାମଗ୍ରିକ ବିକାଶ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଉଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଏବଂ ପଞ୍ଚାୟତରାଜ ପାନୀୟ ଜଳ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ ପ୍ରମୁଖ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଅନ୍ୟମାନଙ୍କୁ ଉଦ୍‌ବୋଧନ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କହିଲେ ଯେ କୋଭିଡ ସମୟରୁ ପିଲାଙ୍କ ପାଠପଢାର ଅସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀ ଅନଲାଇନ ଜରିଆରେ ପାଠପଢାର ବ୍ୟବସ୍ଥା ସମ୍ପର୍କରେ ଚିନ୍ତା କରିଥିଲେ । ଏହାପରେ ଆରମ୍ଭ ହୋଇଥିଲା 5T ହାଇସ୍କୁଲ ରୂପାନ୍ତର। ବର୍ତ୍ତମାନ ସୁଦ୍ଧା ପ୍ରାୟ ୮ ହଜାର ସ୍କୁଲର ରୂପାନ୍ତର ହୋଇସାରିଛି।

ସେ କହିଲେ ଯେ ହାଇସ୍କୁଲ ରୂପାନ୍ତର ଟିମ୍‌ ୱାର୍କର ଅନନ୍ୟ ଉଦାହରଣ । ପୁରାତନ ଛାତ୍ରଛାତ୍ରୀ, ଜନ ପ୍ରତିନିଧି, ପ୍ରଶାସନ ସମସ୍ତେ ଏକ ଟିମ୍‌ ଭଳି କାମ କରିଛନ୍ତି । ଆପଣମାନେ ସମସ୍ତେ ଓଡିଶାର ବିକାଶର ଗୋଟିଏ ଗୋଟିଏ ସ୍ତମ୍ବ । ଆପଣମାନେ ପିଲାଙ୍କ ଭିତରେ ରୂପାନ୍ତରଣର ବୀଜ ବପନ କରିଛନ୍ତି। ଏଥିପାଇଁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।
ଏହା ଦ୍ୱାରା ଆଜି ପିଲାଙ୍କ ଉତ୍ସାହ ବଢିଛି। ଆଜିର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଶିକ୍ଷା ପରିବେଶ ସହିତ ଜଡିତ ସମସ୍ତଙ୍କ ଉତ୍ସାହ, ମନୋବଳ ବୃଦ୍ଧି କରିଛି। ପିଲାଙ୍କ ସ୍ୱପ୍ନକୁ ଅଧିକ ଉଚ୍ଚ କରିବା ଏବଂ ପୂରଣ କରିବାର ଆତ୍ମବିଶ୍ୱାସକୁ ବୃଦ୍ଧି କରିବା ଦିଗରେ ଏହି ପୁରସ୍କାର ସହାୟକ ହେବ। ଓଡିଶାରେ ମାଧ୍ୟମିକ ଶିକ୍ଷା କ୍ଷେତ୍ରରେ ଏକ ବିପ୍ଳବ ଆସିଛି ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ଦିଗରେ ଆଜି ସମସ୍ତେ ଜଣେ ଜଣେ ଚମ୍ପିଅନ ହୋଇପାରିଛନ୍ତି ବୋଲି ସେ କହିଥିଲେ। ମାଧ୍ୟମିକ ସ୍କୁଲ ସହିତ ଉଚ୍ଚ ମାଧ୍ୟମିକ ଓ କଲେଜର ମଧ୍ୟ ରୂପାନ୍ତରଣ ଚାଲିଛି। ଖୁବ୍‌ ଶୀଘ୍ର ଏହି ଅନୁଷ୍ଠାନ ଗୁଡିକ ଲୋକାର୍ପିତ ହେବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+