ପୁଣି ଶୀତରେ ଥରିବ ଓଡ଼ିଶା, ୩୧ରୁ ବଦଳିବ ପାଗ
ଭୁବନେଶ୍ବର: ପୁଣି ବଢିବ ରାଜ୍ୟରେ ଶୀତ । ଭିଜିବ ଓଡିଶା । ଶୀତରେ ଥରିବ ପୁରା ଓଡ଼ିଶା । ୩୧ ତାରିଖରୁ ରାଜ୍ୟରେ ବଦଳିବ ପାଗ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

୩୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୧ ତାରିଖରେ ବାଲେଶ୍ବର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକା ବର୍ଷା ହେବ । ୪ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବ ।
ଉପାନ୍ତରୁ ଉପକୂଳ ସବୁଠି ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ହାଲୁକା ଶୀତ ହେବ । ପରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ । ବାୟୁମଣ୍ଡଳରେ ଜଳିୟବାଷ୍ପ ପରିମାଣ ଅଧିକ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହେବ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।












Click it and Unblock the Notifications