ତାତିରୁ ମିଳିଲା ଆଶ୍ୱସ୍ତି: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ
ଭୁବନେଶ୍ୱର:ଅସହ୍ୟ ତାତିରୁ ମିଳିଲା ଆଶ୍ୱସ୍ତି । ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବା ପାଇଁ ମିଳିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବା ନେଇ ସୂଚନା ରହିଛି । ବଙ୍ଗୋପସାଗରରେ ଗୁରୁଚାପ ବଳୟ ସକ୍ରିୟ ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ରାଜ୍ୟରେ ଅଧିକାଂଶ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀରୁ ତଳେ ରହିଥିଲା । ୨୪ ତାରିଖ ପର୍ଯ୍ୟନ୍ତ କିଛି କିଛି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି । ୨୮ ତାରିଖ ପରେ ପୁଣି ତାତି ବଢିବ ଏବଂ ସ୍ୱାଭାବିକ ତାପମାତ୍ରାଠୁ ଅଧିକ ରହିବ ତାପମାତ୍ରା । ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ସର୍ବାଧିକ ରହିଥିଲା ।

ସେହିପରି ନବରଙ୍ଗପୁର ଝରିଗାଁରେ ସର୍ବାଧିକ ୨୨ ମିମି ବର୍ଷା ରେକର୍ଡ କରାଯାଇଥିଲା । ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।
ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ତି, ନୂଆପଡ଼ା, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା ଆଦି ଜିଲ୍ଲାରେ ଘଡଘଡି ସବ ବର୍ଷାହେବାର ସମ୍ଭାବନା ରହିଛି । ସେହିପରି ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ତି, କୋରାପୁଟ ଜିଲ୍ଲାର ଅନେକ ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୪ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।












Click it and Unblock the Notifications