ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ଉତ୍ସ: କିଏ କେଉଁଠାରେ ଅତିଥି ?
ଆସନ୍ତା ଏପ୍ରିଲ ୧ ତାରିଖରେ କଟକ ସତ୍ୟଭାମାପୁରଠାରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ପାଳନ କରାଯିବ।
ଜିଲ୍ଲାସ୍ତରରେ ମଧ୍ୟ ଜିଲ୍ଲାସ୍ତରୀୟ ଉତ୍ସବ ପାଳନ କରାଯିବ। କଟକ ଠାରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଥିବା ବେଳେ ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଯୋଗ ଦେବେ।

ସେହିପରି ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଉତ୍ସବରେ ବାଚସ୍ପତି ସୁରମା ପାଢୀ ଯୋଗ ଦେବେ। ଗଜପତିରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ, ଖୋର୍ଦ୍ଧାରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପୁରୀରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଦେବଗଡ଼ରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ନବରଙ୍ଗପୁରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଗଂଜାମରେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମୟୁରଭଞ୍ଜରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର, ଅନୁଗୁଳରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, କେନ୍ଦୁଝରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ନୟାଗଡ଼ରେ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଯାଜପୁରରେ ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଏବଂ ଜଗତସିଂହପୁରରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଅତିଥି ଭାବେ ଯୋଗଦେବେ ବୋଲି ଜଣାପଡିଛି। ଅନ୍ୟ ସମସ୍ତ ଜିଲ୍ଲାରେ ଜିଲ୍ଲାପାଳ ମାନେ ଯୋଗ ଦେବେ।












Click it and Unblock the Notifications