Get Updates
Get notified of breaking news, exclusive insights, and must-see stories!

ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଛନ୍ତି ।

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଛନ୍ତି ।

Brajrajnagar

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କିଶୋର ବାବୁଙ୍କ ସରଳତା ତାଙ୍କର ବଡ ପରିଚୟ ଥିଲା। ଦଳମତ ନିର୍ବିଶେଷରେ ସେ ସମସ୍ତଙ୍କର ପ୍ରିୟପାତ୍ର ହୋଇପାରିଥିଲେ। ତୃଣମୂଳ ସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ସାଂସଦ, ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଏବଂ ରାଜ୍ୟ ବିଧାନ ସଭାର ବାଚସ୍ପତି ମଧ୍ୟ ହୋଇଥିଲେ। ବିଜୁ ଜନତା ଦଳର ସେ ଜଣେ ଦକ୍ଷ ସଂଗଠକ ଓ ନେତା ଥିଲେ। ଦଳକୁ ମଜବୁତ କରିବାରେ ତାଙ୍କର ବହୁତ ଅବଦାନ ଥିଲା।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଯୋଗ ଦେଇ କହିଲେ ଯେ ସ୍ବର୍ଗତ କିଶୋର ବାବୁଙ୍କ ସହିତ ତାଙ୍କର ଘନିଷ୍ଠ ସଂପର୍କ ଥିଲା। ସେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ସେ ଅନେକ ଉନ୍ନୟନମୂଳକ କାମ କରିଯାଇଛନ୍ତି।

ବିଧାୟକ ତଥା ସ୍ବର୍ଗତ ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରି କହିଲେ ଯେ ସ୍ବର୍ଗତ କିଶୋର ମହାନ୍ତି ବ୍ରଜରାଜନଗର ତଥା ସମଗ୍ର ପଶ୍ଚିମ ଓଡିଶାର ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ଅମର ହୋଇ ରହିବେ । ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+