ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ୍ ବୃଦ୍ଧି, ୨୦୨୬ ଜାନୁଆରୀ ପହିଲାରୁ ଲାଗୁହେବ
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ୍ରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧି କରିଛନ୍ତି। ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏହାଦ୍ବାରା ଉଭୟ ପାଠ୍ୟକ୍ରମରେ ପିଜି କରୁଥିବା ୧୨୦ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ। ଏହି ନୂତନ ଷ୍ଟାଇପେଣ୍ଡ ୨୦୨୬ ଜାନୁଆରୀ ପହିଲାରୁ ଲାଗୁହେବ। ଏହି ନିଷ୍ପତ୍ତି ଅନୁଯାୟୀ ପିଜି ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ଷ୍ଟାଇପେଣ୍ଡରେ ୫୫ ପ୍ରତିଶତ ବୃଦ୍ଧି କରାଯାଇଛି।

ପୂର୍ବରୁ ସେମାନଙ୍କ ମାସିକ ଷ୍ଟାଇପେଣ୍ଡ ୩୧ ହଜାର ଟଙ୍କା ଥିବାବେଳେ, ବର୍ତ୍ତମାନ ଏହା ୪୮ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ପାଇଁ ଏହା ୩୨ ହଜାରରୁ ୫୨ ହଜାରକୁ ବୃଦ୍ଧି ପାଇଛି। ଏହା ହେଉଛି ୬୨ ପ୍ରତିଶତ ବୃଦ୍ଧି। ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ପରିମାଣ ମାସକୁ ୩୩ ହଜାରରୁ ୫୫ ହଜାରକୁ ବୃଦ୍ଧି ପାଇଛି। ଏହି ବୃଦ୍ଧି ୬୭ ପ୍ରତିଶତ। ସେହିପରି ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ହାଉସ୍ ସର୍ଜନ ମାନଙ୍କ ଷ୍ଟାଇପେଣ୍ଡ ୧୭ ହଜାରରୁ ୩୦ ହଜାରକୁ ବୃଦ୍ଧି କରାଯାଇଛି। ଏହା ଚଳିତ ବର୍ଷ ଅଗଷ୍ଟ ପହିଲାରୁ ଲାଗୁହେବ।
ଏହାଦ୍ବାରା ଛାତ୍ରଛାତ୍ରୀମାନେ ଶିକ୍ଷା ଓ ରୋଗୀ ସେବାରେ ଅଧିକ ମନୋନିବେଶ କରି ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
-
ଇଡି ରେଡ୍ ବେଳେ ମମତା ଧସେଇ ପସିବା ଉପରେ ସୁପ୍ରିମ କୋର୍ଟଙ୍କ ବଡ଼ ବୟାନ, କହିଲେ ଏହା....... -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ...












Click it and Unblock the Notifications