ଅତି କମରେ ୪ ଦିନ ପାଇଁ ପିଇବା ପାଣି ଗଚ୍ଛିତ ରଖିବାକୁ ପରାମର୍ଶ
ବାତ୍ୟା ୟଶ୍ ନେଇ ବାଲେଶ୍ୱର ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ଅତି କମ୍ରେ ୪ଦିନ ପାଇଁ ପିଇବା ପାଣି ଗଚ୍ଛିତ କରି ରଖିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଛି ଜିଲ୍ଲା ପ୍ରଶାସନ ।
ବାଲେଶ୍ୱର: ବାତ୍ୟା ୟଶ୍ ନେଇ ବାଲେଶ୍ୱର ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ଅତି କମ୍ରେ ୪ଦିନ ପାଇଁ ପିଇବା ପାଣି ଗଚ୍ଛିତ କରି ରଖିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଛି ଜିଲ୍ଲା ପ୍ରଶାସନ ।

କେହି କଚ୍ଚା ଘରେ ରୁହନ୍ତୁ ନାହିଁ ଏବଂ ସମସ୍ତଙ୍କୁ ନିକଟତମ ବାତ୍ୟା ଆଶ୍ରୟସ୍ଥଳୀ କିମ୍ବା ସରକାରୀ ପକ୍କା ଗୃହରେ ଆଶ୍ରୟ ନେବାକୁ ଅନୁରୋଧ କରାଯାଇଛି । ଏହି ସୂଚନା ନିଜ ଅଖପାଖ ଲୋକଙ୍କୁ ମଧ୍ୟ ଜଣାଇବାକୁ ଟ୍ୱିଟ୍ କରି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହିତ ଦୋକାନ ଗୁଡ଼ିକରେ ଲାଗିଥିବା ସାଇନବୋର୍ଡ ଓ ହୋର୍ଡିଂ ଗୁଡ଼ିକୁ ଖୋଲି ଦେବାକୁ ପ୍ରଶାସନ ପକ୍ଷରୁ ଦୋକାନୀମାନଙ୍କୁ ଅନୁରୋଧ କରାଯାଇଛି।
ଅନ୍ୟପକ୍ଷରେ ବାତ୍ୟାକୁ ଦୃଷ୍ଟିରେ ରଖି ଆଜି ଓ ଆସନ୍ତାକାଲି ୧୦ଟି ଜିଲ୍ଲାରେ ଲକ୍ଡାଉନ୍ କଟକଣାକୁ କୋହଳ କରିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଯାଜପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ଏହି ନିର୍ଦ୍ଦେଶନାମା ଜାରି ହୋଇଛି। ଅତ୍ୟାବଶ୍ୟକ ସାମଗ୍ରୀ କିଣାକିଣି କରିବା ପାଇଁ ଏସ୍ଆର୍ସି ଆଜି ଓ ଆସନ୍ତାକାଲି ୧୦ଟି ଜିଲ୍ଲାର ଲୋକଙ୍କୁ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ କଟକଣାକୁ କୋହଳ କରିଛନ୍ତି।
ଅନ୍ୟପକ୍ଷରେ ବାତ୍ୟାର ରୂପ ନେଇଛି ୟଶ । ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହେବ । ବର୍ତ୍ତମାନ ଘଣ୍ଟା ପ୍ରତି ୪ କିଲୋମିଟର ବେଗରେ ଗତି କରୁଛି ବାତ୍ୟା । ୨୬ ତାରିଖ ସନ୍ଧ୍ୟାରେ ବାତ୍ୟା ସ୍ଥଳଭାଗ ଛୁଇଁବ । ପାରାଦୀପ-ସାଗରଦ୍ୱୀପ ମଧ୍ୟରେ କରିବ ଲ୍ୟାଣ୍ଡଫଲ୍ । ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ପବନ ବହିବା ଆରମ୍ଭ ହେବ ।












Click it and Unblock the Notifications