ବାତ୍ୟା ପ୍ରଭାବ ; ଉପକୂଳ ଓଡ଼ିଶାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆଗାମୀ ୨୫ ତାରିଖରୁ ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।

rain

ବୁଧବାର ସକାଳୁ ଦକ୍ଷିଣ-ପଶ୍ଚିମ ଏବଂ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ ଏବଂ ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି।

ଏହାର ଗତି ଉତ୍ତର-ପୂର୍ବ ଦିଗକୁ ରହିବା ସହ ଆହୁରି ତୀବ୍ର ହେବ ଏବଂ ୨୫ ତାରିଖ ସନ୍ଧ୍ୟା ବେଳକୁ ଉତ୍ତର-ପୂର୍ବ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଂଚିବାର ସମ୍ଭାବନା ରହିଛି। ସେଥିପାଇଁ ମତ୍ସ୍ୟଜୀବୀମାନଙ୍କୁ କାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଯାହାର ପ୍ରଭାବରେ ଆଗାମୀ ତିନିଦିନ ଯାଏ କାଳବୈଶାଶୀ ପ୍ରଭାବ ରହିବ । କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+