ବାତ୍ୟା ପ୍ରଭାବ ; ୪ ଜିଲ୍ଲାକୁ ସତର୍କ କରାଇଲା SRC

ବଢ଼ିଲା ବାତ୍ୟା ଆଶଙ୍କା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇ ବାଂଲାଦେଶ ମୁହାଁ ହେଉଛି। ଯାହା ମେ ୨୬ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି । କିନ୍ତୁ ଆସନ୍ତାକାଲି ଅର୍ଥାତ୍‌ ଶନିବାରରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିପାଇଁ ୪ ଜିଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି SRC।

storm

ବାତ୍ୟା ରେମଲ ଉତ୍ତରପୂର୍ବ ଦିଗରେ ଗତି କରୁଛି। ବାଂଲାଦେଶ ଖେପୁପରା ଉପକୂଳରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଓ ପଶ୍ଚିମବଙ୍ଗ ଉପକୂଳରୁ ୮୧୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଶନିବାର ସକାଳ ସୁଦ୍ଧା ଅବପାତ ଆହୁରି ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ। କିନ୍ତୁ ଓଡ଼ିଶାରେ ଏହାର ପ୍ରଭାବ ଦେଖାଯିବ।

ରାଜ୍ୟର ୪ ଜିଲାରେ ବର୍ଷା, ପବନ ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସଆରସି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଏବଂ ମୟୂରଭଂଜ ଜିଲ୍ଲାପାଳଙ୍କୁ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆଲର୍ଟ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+