ବାତ୍ୟା ‘ଫେଙ୍ଗାଲ' ପ୍ରଭାବରେ ଓଡ଼ିଶାର ଏହିସବୁ ଜିଲ୍ଲାରେ ହେବ ବର୍ଷା!
ଭୁବନେଶ୍ୱର : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା 'ଫେଙ୍ଗାଲ'ର ରୂପ ନେଇଥିବାବେଳେ ଶନିବାର ରାତିରେ ଲ୍ୟାଣ୍ଡଫଲ୍ କରିଛି। ଏହାର ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀରେ ପ୍ରବଳ ବର୍ଷା ସହ ପବନ ଲାଗିରହିଛି। ଓଡ଼ିଶାରେ ମଧ୍ୟ ବିଭିନ୍ନ ସ୍ଥାନରେ କୋହଲା ପାଗ ରହିଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ରେକର୍ଡ ହୋଇଛି।

ରବିବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ ଏବଂ ଖୋର୍ଦ୍ଧା ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ସମ୍ଭାବନା ଅଛି। ୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଏବଂ ଗଜପତି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ସେହିପରି ୩ ତାରିଖରେ ମାଲକାନଗିରି ଏବଂ କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।












Click it and Unblock the Notifications