Get Updates
Get notified of breaking news, exclusive insights, and must-see stories!

ହାରିଲା କରୋନା, ଜିତିଲେ ପ୍ରତୀକ୍ଷ ! ଦିନେ ଥିଲେ ଭେଣ୍ଟିଲେଣ୍ଟରରେ ଆଜି ସୁସ୍ଥ ହୋଇ ଫେରିଲେ ଏହି ୨୦ ବର୍ଷୀୟ ଯୁବକ

କରୋନା ମହାମାରୀ ଘାତକ ସତ ତେବେ ଏହାକୁ ପରାସ୍ତ କରିବା ଅସମ୍ଭବ ନୁହେଁ । ଏହି କଥାକୁ ପ୍ରମାଣିତ କରିଛନ୍ତି ଜଣେ ୨୦ ବର୍ଷର ଯୁବକ । ସମ୍ କୋଭିଡ୍ ହସ୍ପିଟାଲରେ କରୋନାକୁ ପରାସ୍ତ କରି ଘରକୁ ଫେରିଛନ୍ତି ପ୍ରତୀକ୍ଷ କାଦାମ୍ବାଲୁ ।

ଭୁବନେଶ୍ୱର: କରୋନା ମହାମାରୀ ଘାତକ ସତ ତେବେ ଏହାକୁ ପରାସ୍ତ କରିବା ଅସମ୍ଭବ ନୁହେଁ । ଏହି କଥାକୁ ପ୍ରମାଣିତ କରିଛନ୍ତି ଜଣେ ୨୦ ବର୍ଷର ଯୁବକ । ସମ୍ କୋଭିଡ୍ ହସ୍ପିଟାଲରେ କରୋନାକୁ ପରାସ୍ତ କରି ଘରକୁ ଫେରିଛନ୍ତି ପ୍ରତୀକ୍ଷ କାଦାମ୍ବାଲୁ । ଦୀର୍ଘ ଏକ ମାସ ଧରି ଏହି ଅଦୃଶ୍ୟ ଶତୃ ସହିତ ଯୁଦ୍ଧ କରିବା ପରେ ଶେଷରେ କୋଭିଡକୁ ପରାଜୟ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ପ୍ରତୀକ୍ଷ ।

Story of Strength

ରାୟଗଡ଼ାସ୍ଥ ମୁନିଗୁଡା ଅଂଚଳର ଯୁକ୍ତ ୩ ଶେଷ ବର୍ଷର ଛାତ୍ର ପ୍ରତୀକ୍ଷ କରୋନା ସଂକ୍ରମିତ ହୋଇ ଗତ ଏପ୍ରିଲ୍ ୩୦ ତାରିଖ ଦିନ ସମ୍ କୋଭିଡ୍ ହସ୍ପିଟାଲରେ ଭର୍ତି ହୋଇଥିଲେ । ହସ୍ପିଟାଲରେ ଭର୍ତି ହେବା ସମୟରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା । ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା । ସ୍ୱାସ୍ଥ୍ୟ ଅବସ୍ଥା କ୍ରମଶଃ ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ଏହା ସହ ତାଙ୍କର ଶରୀରରେ ଟ୍ରାକିଓଷ୍ଟୁମି ମଧ୍ୟ କରାଯାଇଥିଲା । ତେବେ ସମ୍‌ର ଡାକ୍ତର, ନର୍ସ ଏବଂ ସ୍ୱାସ୍ଥ୍ୟକର୍ମୀମାନେ ଅକ୍ଳାନ୍ତ ପରିଶ୍ରମ କରିଥିଲେ ତାଙ୍କୁ ସୁସ୍ଥ କରିବା ପାଇଁ । ସେମାନଙ୍କର ପରିଶ୍ରମ ସାର୍ଥକ ବି ହୋଇଥିଲା । ଧିରେ ଧିରେ ସୁସ୍ଥ ହୋଇଥିଲେ ପ୍ରତୀକ୍ଷ । ଭେଣ୍ଟିଲେଟରରୁ ବାହାରିବା ସହ କିଛି ଦିନ ମଧ୍ୟରେ ଆଇସିୟୁରୁ ମଧ୍ୟ ତାଙ୍କୁ ବାହାରକୁ ନିଆଯାଇ ୱାର୍ଡରେ ଚିକିତ୍ସା କରାଯାଇଥିଲା ।

Story of Strength

ଧିରେ ଧିରେ ସୁସ୍ଥ ହେବା ସହ କୋଭିଡମୁକ୍ତ ହୋଇଥିଲେ ପ୍ରତୀକ୍ଷ । ଏହି ସମୟରେ ତାଙ୍କ ପରିବାର ସହ ନିୟମିତ ଯୋଗାଯୋଗରେ ଥିଲେ ସମ୍ କୋଭିଡ୍ ହସ୍ପିଟାଲର ହେଲ୍ପଡେସ୍କ । ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ଖବର ଦେବା ସହ ଭିଡିଓ କଲ କରି ପ୍ରତୀକ୍ଷ କିଭଳି ଅଛନ୍ତି ସେ ଦୃଶ୍ୟ ମଧ୍ୟ ପରିବାରକୁ ଦେଖାଉଥିଲେ । ଦୀର୍ଘ ଏକ ମାସର ଉତମ ଚିକିତ୍ସା ଫଳରେ ସେ ଏବେ ସୁସ୍ଥ ହୋଇ ନିଜ ଘର ମୁନିଗୁଡା ଫେରିଯାଇଛନ୍ତି । ସମ୍ କୋଭିଡ୍ ହସ୍ପିଟାଲରେ ତାଙ୍କର ଚିକିତ୍ସା ପଦ୍ଧତିକୁ ନେଇ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀଙ୍କୁ କୃତଜ୍ଞତା ଜଣାଇଛନ୍ତି ତାଙ୍କ ପରିବାରବର୍ଗ । ସେମାନଙ୍କର ସେବା, ଚିକିତ୍ସା ଓ ସହଯୋଗ ଫଳରେ ପ୍ରତୀକ୍ଷ ନୂଆ ଜୀବନ ଫେରିପାଇଥିବା କହିଛନ୍ତି ତାଙ୍କ ସମ୍ପର୍କୀୟ ଭାଇ ସୁଧୀର ସାହୁ । ପ୍ରତୀକ୍ଷ ମଧ୍ୟ ଘରକୁ ଫେରିବା ପରେ ବେଶ ଖୁସି ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+