Get Updates
Get notified of breaking news, exclusive insights, and must-see stories!

ଯେବେ ହସ୍ପିଟାଲ ହୁଏ ପରିବାର, ଯୁଦ୍ଧରେ ହେବେ ବିଜୟୀ: ଜାଣନ୍ତୁ, କରୋନାକୁ ହରାଇଥିବା ପ୍ରଦୀପ ଓ ପ୍ରିୟମ୍ଵଦାଙ୍କ କାହାଣୀ...

ଯେବେ ହସ୍ପିଟାଲ ହୁଏ ପରିବାର, ଯୁଦ୍ଧରେ ହେବେ ବିଜୟୀ: ଜାଣନ୍ତୁ, କରୋନାକୁ ହରାଇଥିବା ପ୍ରଦୀପ ଓ ପ୍ରିୟମ୍ଵଦାଙ୍କ କାହାଣୀ...

ଭୁବନେଶ୍ୱର: ପରିବାରର କେହି କରୋନା ସଂକ୍ରମିତ ହୋଇଗଲେ ଆମେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ବ୍ୟତିବ୍ୟସ୍ତ ହୋଇ ଉଠୁଛୁ । ଏହି ଅଦୃଶ୍ୟ ଶତ୍ରୁ ଦ୍ୱାରା କବଳିତ ହେବା ପରେ ସେହି ଆତ୍ମିୟ ଜଣଙ୍କ ପାଖରେ ଯଦି କେହି ନିଜ ଲୋକ ରହିପାରିବା ସମ୍ଭବପର ନ ହୁଏ ତେବେ ଉଭୟ ସଂକ୍ରମିତ ଏବଂ ପରିବାର ସଦସ୍ୟଙ୍କ ମନୋବଳ ଭାଙ୍ଗି ପଡ଼ିଥାଏ । ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥା ନେଇ ପରିବାର ବର୍ଗ ବିବ୍ରତ ହୋଇପଡ଼ନ୍ତି ।

Story of strength

ଗତ ଏପ୍ରିଲ୍ ମାସ ୨୬ ତାରିଖରେ କରୋନା ସଂକ୍ରମିତ ହୋଇ ମେ ୫ ତାରିଖରେ ସମ୍ କୋଭିଡ ହସ୍ପିଟାଲ୍‌ରେ ଭର୍ତି ହୋଇଥିଲେ ପ୍ରଦୀପ କୁମାର ମାଧୁପ୍ । ରେଳ ବିଭାଗ ଅଧିନସ୍ଥ ରାଇଟ୍‌ସର ଏହି ବରିଷ୍ଠ ଅଧିକାରୀ ମାଧୁପ୍ ଝାରସୁଗୁଡାରେ କାର୍ଯ୍ୟରତ ଥିବା ବେଳେ କରୋନା ସଂକ୍ରମିତ ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥା ବିଗିଡି ବାରୁ ତାଙ୍କୁ ପ୍ରଥମେ ଏମ୍‌ସିଏଲ୍ ହସ୍ପିଟାଲ୍ ଏବଂ ପରେ ସମ୍ କୋଭିଡ୍ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା । ହସ୍ପିଟାଲ୍‌ରେ ଭର୍ତ୍ତି ହେବା ପରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା । ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା ।

କିନ୍ତୁ ତାଙ୍କ ଅବସ୍ଥା ସମ୍ପର୍କରେ ଅଧିକ ଜାଣିବା ପାଇଁ ତାଙ୍କ ପାଖରେ ତାଙ୍କର ପରିବାର ନଥିଲେ । କାରଣ ତାଙ୍କ ପତ୍ନୀ ଏବଂ ପିଲାମାନେ ମଧ୍ୟ କରୋନା ସଂକ୍ରମିତ ହୋଇ ଓଡ଼ିଶା ବାହାରେ ଚିକିତ୍ସିତ ହେଉଥିଲେ । ସିଙ୍ଗାପୁରରେ ଥିବା ତାଙ୍କ ସମ୍ପର୍କୀୟ ସମ୍ କୋଭିଡ
ହସ୍ପିଟାଲ୍ ସହ ଯୋଗାଯୋଗ କରିବା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସର୍ମ୍ପକରେ ହେଲ୍‌ପ୍ ଡେସ୍କ ଟିମ୍ ସମସ୍ତ ତଥ୍ୟ ନିୟମିତ ଭାବେ ପ୍ରଦାନ କରୁଥିଲେ ଏବଂ ଡାକ୍ତର ଓ ନର୍ସମାନେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ସୁଧାରିବା ପାଇଁ ଆପ୍ରାଣ ଉଦ୍ୟମ କରିଥିଲେ । ଦୀର୍ଘ ୧୨ ଦିନ ସମ୍ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେବା ପରେ ତାଙ୍କୁ ସମ୍ ଅଲ୍ଟିମେଟ୍ ମେଡିକେୟାରକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ମଧ୍ୟ ପଲ୍‌ମୁନାରୀ ବିଭାଗର ସିନିୟର କନ୍‌ସଲ୍‌ଟାଂଟ୍ ଓ କ୍ରିଟିକାଲ କେୟାର ୟୁନିଟ୍‌ର ଡାକ୍ତର, ନର୍ସ ଓ ଅନ୍ୟ ସ୍ୱାସ୍ଥ୍ୟକର୍ମୀଙ୍କ
ତତ୍ୱାବଧାନରେ ତାଙ୍କର ଚିକିତ୍ସା କରାଯାଇଥିଲା । ଉତ୍ତମ ଚିକିତ୍ସା, ସେବା ଓ ଯତ୍ନ ଫଳରେ ସେ ସୋମବାର ସମ୍ ଅଲ୍ଟିମେଟ୍‌ରୁ ଡିସ୍‌ଚାର୍ଜ ହୋଇନିଜ ଘର ବିହାରର ପାଟନାକୁ ଫେରିଯାଇଛନ୍ତି ।

ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେବା ସମୟରେ ମଧୁପ୍ ଭାବବିହ୍ୱଳ ହୋଇପଡିଥିଲେ । ସେ କହିଛନ୍ତି ମୁଁ ସମ୍ କୋଭିଡ୍ ହସ୍ପିଟାଲ୍‌କୁ ଆସିବା ବେଳେ ମୋ ପାଖରେ କେହି ନଥିଲେ । ମୋ ପରିବାର ମୋ ଠାରୁ ବହୁ ଦୂରରେ ଥିଲେ । କିନ୍ତୁ ଦୁଇଟି ହସ୍ପିଟାଲ୍‌ର, ସମ୍ କୋଭିଡ ଓ ସମ୍ ଅଲ୍ଟିମେଟ ମେଡିକେୟାରର ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ସେବା, ଯତ୍ନ, ସାହାଯ୍ୟ ଓ ସହଯୋଗ ଫଳରେ ମୁଁ ନୂଆ ଜୀବନ ପାଇ ଆଜି ଘରକୁ ଫେରିପାରୁଛି । ସେହିପରି ସିଙ୍ଗାପୁରରେ ଥିବା ତାଙ୍କ ସମ୍ପର୍କୀୟ କୁମାର ଆନନ୍ଦ ମଧ୍ୟ ଏ ନେଇ ଆନ୍ତରିକ କୃତଜ୍ଞତା ଜଣାଇବା ସହ ବିଶେଷ ଭାବେ ସମ୍ କୋଭିଡ ହସ୍ପିଟାଲ୍‌ର ହେଲ୍‌ପ୍ ଡେସ୍କ ଟିମ୍‌କୁ ଧନ୍ୟବାଦ ଜଣାଇଛନ୍ତି ।

ସେହିପରି ଗତ ଏପ୍ରିଲ୍ ୨୭ ତାରିଖରେ ପ୍ରିୟମ୍ବଦା ଦାସ (୫୯) ନାମକ ଜଣେ ମହିଳା କୋଭିଡ ସଂକ୍ରମିତ ହେବା ପରେ ପ୍ରଥମେ ସମ୍ କୋଭିଡ୍ ହସ୍ପିଟାଲ୍ ଏବଂ ପରବର୍ତ୍ତି ସମୟରେ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଭର୍ତି ହୋଇଥିଲେ । ସେ ମଧ୍ୟ ଗତ ମେ ୫ ତାରିଖରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ପ୍ରିୟମ୍ବଦା ସଂକ୍ରମିତ ହେବା ପରେ ମେଲ୍‌ବୋର୍ଣ୍ଣରେ ଥିବା ତାଙ୍କ ପୁଅ ସମ୍ଭବ ଦାସ ମା'ଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ବ୍ୟସ୍ତ ହୋଇପଡ଼ିଥିଲେ । ସୁଦୂର ଅଷ୍ଟ୍ରେଲିଆରେ ଥିବା ପୁଅ ମା ପାଖକୁ ଆସି ପାରୁନଥିବାରୁ ଦୁଃଖରେ ଥିବା ବେଳେ ମା ସୁସ୍ଥ ହୋଇ ଘରକୁ ଫେରିବା ପରେ ଦୁଇଟି ହସ୍ପିଟାଲ୍‌ର ସମସ୍ତ ସ୍ୱାସ୍ଥ୍ୟସେବା କର୍ମୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+