ଚିକିଟି ମଦ ମୃତ୍ୟୁ ପରେ ତତ୍ପର ରାଜ୍ୟ ଅବକାରୀ ବିଭାଗ,ଏଣିକି ବେଆଇନ ମଦ କାରବାରରେ ସଂପୃକ୍ତ ଥିଲେ ହେବ କଡା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ବେଆଇନ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ। ଏଥି ସହିତ ବେଆଇନ ତଥା ଚୋରା ମଦ କାରବାରକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଗଞ୍ଜାମ ଜିଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଏବଂ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରିବା ସହ ଏ ସମ୍ପର୍କରେ ସବିଶେଷ ତଥ୍ୟ ମାଗିଥିଲେ। ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ। ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷ୍ଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକ୍ରି ସ୍ଥାନରେ ଚଢ଼ାଉ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Illegal liquor

ଏଥି ସହିତ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ବତନ୍ତ୍ର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଚିକିତ୍ସିତ ହେଉଥିବା ସମସ୍ତଙ୍କ ଅବସ୍ଥା ଭଲ ଅଛି ବୋଲି ଜଣାପଡ଼ିଛି। ଏହି ଘଟଣାରେ ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ କାର୍ଯ୍ୟରୁ ଅପସାରଣ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି I

ସୂଚନାଯୋଗ୍ୟ, ଚିକିଟି ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ ଗତକାଲି ସା ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭,୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଛି। ଏଥି ମଧ୍ୟରୁ କେବଳ ଗଞ୍ଜାମ ଜିଲାରେ ୩୮୫ ଲିଟର ମଦ ଜବତ ହୋଇଛି। ଆଗାମୀ ଦିନରେ ଏପରି ଚଢ଼ାଉକୁ ଜୋର୍‌ଦାର କରାଯିବା ସହ ବେଆଇନ ମଦ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+