ସ୍କୁଲରେ କରୋନା କଟକଣା କଡ଼ାକଡ଼ି କରିବାକୁ ଡିଇଓଙ୍କୁ ଚିଠି
ସ୍କୁଲରେ କରୋନା କଟକଣା କଡ଼ାକଡ଼ି କରିବାକୁ ଡିଇଓଙ୍କୁ ଚିଠି
ଭୁବନେଶ୍ୱର : କରୋନାର ନୂଆ ଷ୍ଟ୍ରେନକୁ ଆଖି ଆଗରେ ରଖି ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି । ସ୍କୁଲ ଗୁଡିକରେ କୋଭିଡ୍ ଗାଇଡଲାଇନ୍ କଡ଼ାକଡ଼ି ପାଳନ କରିବାକୁ ଚିଠି ଲେଖାଯାଇଛି । ସମସ୍ତ ଡିଇଓଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଏନେଇ ଚିଠି ଲେଖିଛନ୍ତି । ଏବେ ସ୍କୁଲ ଗୁଡିକରେ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ପାଠ ପଢା ଚାଲିଥିବାରୁ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ ରହିଛି । ସ୍କୁଲ ଚାଲିଥିବା ସମୟରେ କୋଭିଡ କଟକଣା ପାଳନ କରିବାକୁ ଡିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତାକୁ ବାଧ୍ୟତାମୂଳକ ସହ ସମସ୍ତ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କର ଥର୍ମା ଲ ସ୍କ୍ରିନିଂ ଏବଂ ହାଣ୍ଡ ସାନିଟାଇଜ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିଭଳି ସ୍କୁଲ ପରିସରକୁ ସାନିଟାଇଜ କରିବାକୁ ଚିଠିରେ କୁହାଯାଇଛି । ଏହାଛଡା ସ୍କୁଲ ପରିସରରେ ପାଠପଢା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି । ଯଦି କେହି ଏହାର ଉଲ୍ଲଂଘନ କରନ୍ତି ତେବେ କୋଭିଡ-19 ଗାଇଡଲାଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।
ଏଠାରେ ସୂଚନାଥାଉକି, କୋଭିଡ୍ ଗାଇଡ୍ ଲାଇନକୁ ପୁଣି କଡାକଡି କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । କୋଭିଡ୍ ଗାଇଡ୍ ଲାଇନ୍ କଡ଼ାକଡ଼ି ପାଳନ ପାଇଁ ରବିବାର ନିର୍ଦ୍ଦେଶ ଦେଇଥିଲେ ସ୍ବତନ୍ତ୍ର ରିଲିଫ କମିଶନର । ସମସ୍ତ ଜିଲ୍ଲାପାଳ, ପୌର କମିଶନର ଓ ଏସପିଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଥିଲା । ସର୍ବସାଧାରଣ ସ୍ଥାନ, ଶିଳ୍ପାଞ୍ଚଳ, ଶିକ୍ଷାନୁଷ୍ଠାନ ଓ କର୍ମକ୍ଷେତ୍ରରେ ସାମାଜିକ ଦୂରତ୍ବ ଅବଲମ୍ବନ କରିବା ସହିତ ମାସ୍କ ବ୍ୟବହାର କରିବା ବାଧ୍ୟତାମୂଳକ କରାଯାଇଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications