For Quick Alerts
Turn On Notification  
For Daily Alerts
Oneindia App Download

ସ୍କୁଲରେ କରୋନା କଟକଣା କଡ଼ାକଡ଼ି କରିବାକୁ ଡିଇଓଙ୍କୁ ଚିଠି

ସ୍କୁଲରେ କରୋନା କଟକଣା କଡ଼ାକଡ଼ି କରିବାକୁ ଡିଇଓଙ୍କୁ ଚିଠି

|

ଭୁବନେଶ୍ୱର : କରୋନାର ନୂଆ ଷ୍ଟ୍ରେନକୁ ଆଖି ଆଗରେ ରଖି ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି । ସ୍କୁଲ ଗୁଡିକରେ କୋଭିଡ୍ ଗାଇଡଲାଇନ୍ କଡ଼ାକଡ଼ି ପାଳନ କରିବାକୁ ଚିଠି ଲେଖାଯାଇଛି । ସମସ୍ତ ଡିଇଓଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଏନେଇ ଚିଠି ଲେଖିଛନ୍ତି । ଏବେ ସ୍କୁଲ ଗୁଡିକରେ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ପାଠ ପଢା ଚାଲିଥିବାରୁ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ ରହିଛି । ସ୍କୁଲ ଚାଲିଥିବା ସମୟରେ କୋଭିଡ କଟକଣା ପାଳନ କରିବାକୁ ଡିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତାକୁ ବାଧ୍ୟତାମୂଳକ ସହ ସମସ୍ତ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କର ଥର୍ମା ଲ ସ୍କ୍ରିନିଂ ଏବଂ ହାଣ୍ଡ ସାନିଟାଇଜ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଓଡ଼ିଶା ସ୍କୁଲ୍

ସେହିଭଳି ସ୍କୁଲ ପରିସରକୁ ସାନିଟାଇଜ କରିବାକୁ ଚିଠିରେ କୁହାଯାଇଛି । ଏହାଛଡା ସ୍କୁଲ ପରିସରରେ ପାଠପଢା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି । ଯଦି କେହି ଏହାର ଉଲ୍ଲଂଘନ କରନ୍ତି ତେବେ କୋଭିଡ-19 ଗାଇଡଲାଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।
ଏଠାରେ ସୂଚନାଥାଉକି, କୋଭିଡ୍ ଗାଇଡ୍ ଲାଇନକୁ ପୁଣି କଡାକଡି କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । କୋଭିଡ୍ ଗାଇଡ୍ ଲାଇନ୍ କଡ଼ାକଡ଼ି ପାଳନ ପାଇଁ ରବିବାର ନିର୍ଦ୍ଦେଶ ଦେଇଥିଲେ ସ୍ବତନ୍ତ୍ର ରିଲିଫ କମିଶନର । ସମସ୍ତ ଜିଲ୍ଲାପାଳ, ପୌର କମିଶନର ଓ ଏସପିଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଥିଲା । ସର୍ବସାଧାରଣ ସ୍ଥାନ, ଶିଳ୍ପାଞ୍ଚଳ, ଶିକ୍ଷାନୁଷ୍ଠାନ ଓ କର୍ମକ୍ଷେତ୍ରରେ ସାମାଜିକ ଦୂରତ୍ବ ଅବଲମ୍ବନ କରିବା ସହିତ ମାସ୍କ ବ୍ୟବହାର କରିବା ବାଧ୍ୟତାମୂଳକ କରାଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Strict Implementation of Covid 19 Guideline in School Odisha
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X