ଅଗ୍ନିଶମ ବାହିନୀରେ ଗଢା ହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ

ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି ।

ଭୁବନେଶ୍ୱର: ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ବରାନ୍ବିତ ଭାବରେ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନ କରାଯିବ।

Striking fire force

ଏ ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇ ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବା ପରେ ପ୍ରସ୍ତବଟି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି ଷ୍ଟ୍ରାଇକିଂ ଫାୟାର ଫୋର୍ସ ର ୩ଟି ରେଞ୍ଜ ହେଡକ୍ୱାର୍ଟର ରହିବ। ପ୍ରତ୍ୟେକ ରେଞ୍ଜ ହେଡକ୍ୱାର୍ଟର ପାଇଁ ୪୮ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୪୪ଟି ପଦବୀ ସୃଷ୍ଟି ହେବ। ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ ।

ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟ ବା ଦୁର୍ଘଟଣା ସମୟରେ ଓଡିଶା ଅଗ୍ନିଶମ ସେବା ଫାଷ୍ଟ ରେପ୍ସଣ୍ଡର ଭାବରେ କାର୍ଯ୍ୟ କରି ଜନସାଧାରଣଙ୍କୁ ଠିକ୍‌ ସମୟରେ ସେବା ଯୋଗାଇ ଦେଉଛି । ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ମଧ୍ୟ ଏହାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଏପରିକି ରାଜ୍ୟ ବାହାରେ ମଧ୍ୟ ବିଭିନ୍ନ ବିପର୍ଯ୍ୟୟ ସମୟରେ ଅଗ୍ନଶମ ବାହିନୀ ପକ୍ଷରୁ ଉଲ୍ଲେଖନୀୟ ସେବା ଯୋଗାଇ ଦିଆଯାଉଛି । ତେଣୁ ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧୁନିକ ଦକ୍ଷତା ଥିବା ଏକ ସ୍ବତନ୍ତ୍ର ଫୋର୍ସର ଆବଶ୍ୟକତା ରହିଛି ବୋଲି ଉପସ୍ଥାପନାରେ କୁହାଯାଇଥିଲା ।

ଏହି ବାହିନୀକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେଇ ଏକ ଦକ୍ଷ କୌଶଳ ସଂପନ୍ନ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଭାବରେ ବିକଶିତ କରାଯିବ ବୋଲି ବୈଠକ ରେ ନିଷ୍ପତ୍ତି ହୋଇଥିଲା । ଏହି ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭିକେ ପାଣ୍ଡିଆନ ସଂଚଳନା କରିଥିଲେ । ଅଗ୍ନିଶମ ବିଭାଗର ଡିଜି ଶ୍ରୀ ସନ୍ତୋଷ ଉପାଧ୍ୟୟ ପ୍ରସ୍ତାବ ସମ୍ପର୍କ ରେ ଉପସ୍ଥାପନା କରିଥିଲେ । ଆଲୋଚନାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଂଜୀବ ଚୋପ୍ରା ଓ ଅତିରିକ୍ତ ଡିଜି ସୌମ୍ୟା ମିଶ୍ର ପ୍ରମୁଖ ଭାଗ ନେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+