ଜୋର୍ ଧରିଲା ଜିଲ୍ଲା ଭିତ୍ତିକ ଶିକ୍ଷକ ନିଯୁକ୍ତି ଦାବି; କୋରାପୁଟରେ ୧୨ ଘଣ୍ଟିଆ ବନ୍ଦ ପାଳନ

ଜୋର୍ ଧରିଲା ଜିଲ୍ଲା ଭିତ୍ତିକ ଶିକ୍ଷକ ନିଯୁକ୍ତି ଦାବି। ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ଅବିଭକ୍ତ କୋରାପୁଟ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚକଅଖ, ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ ଓ ସ୍କୁଲ କଲେଜ ଆଦି ବନ୍ଦ ପାଇଁ ଡାକରା ଦେଇଛି ମିଳିତ କ୍ରିୟାନୁଷ୍ଠାନ କମିଟି ।

କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ଏହି ବନ୍ଦ ପାଳନ ହେଉଛି। ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ହଜାର ହଜାର ଶିକ୍ଷିତ ଆଦିବାସୀ ଯୁବକ ଯୁବତୀ ଚାକିରୀ ଆଶାୟୀ ଥିବା ବେଳେ, ସରକାର ସେମାନଙ୍କ ପ୍ରତି ଅଣଦେଖା କରି ବାହାର ଜିଲ୍ଲାର ପ୍ରାର୍ଥୀଙ୍କୁ ଚାକିରି ଦେଉଥିବା ଅଭିଯୋଗ ହୋଇଛି ।

12 hour banda dakara in koraput

ଏହାଫଳରେ ଜିଲ୍ଲାର ଯୁବକ ଯୁବତୀ କର୍ମସଂସ୍ଥାନ ସନ୍ଧାନରେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯିବାପାଇଁ ବାଧ୍ୟ ହେଉଛନ୍ତି ବୋଲି ଅଭିଯୋଗ ହୋଇଛି। କୋରାପୁଟ ଜିଲ୍ଲାରେ ୯୨୨ରୁ ମାତ୍ର ୪୦ ଜଣ ଏବଂ ନବରଙ୍ଗପୁରରେ ୮୬୦ରୁ ୧୩୪ ଜଣ ଜିଲ୍ଲାର ପ୍ରାର୍ଥୀ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଛନ୍ତି ବୋଲି ଅଭିଯୋଗ ହୋଇଛି। ତେବେ ଏନେଇ ବିଭାଗୀୟ ପ୍ରତିକ୍ରିୟା ମିଳିପାରିନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+