ଗଣଶିକ୍ଷା ମନ୍ତ୍ରୀଙ୍କ ଜିଲ୍ଲାରେ ବ୍ୟତିକ୍ରମ, ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଦିଆଗଲା ମୁଢି
ବାରିପଦା : ରାଜ୍ୟର ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ପୁଷ୍ଟିକର ଖାଦ୍ୟ ଦିଆଯିବା ନେଇ ସରକାର ଜୋର ଦେଉଥିବା ବେଳେ ପିଲାଙ୍କୁ ଦିଆଯାଉଛି ମୁଢି । ଏପରି ଘଟଣା ଦେଖିବାକୁ ମିଳିଛି ଖୋଦ୍ ଗଣଶିକ୍ଷା ମନ୍ତ୍ରୀଙ୍କ ଜିଲ୍ଲାରେ ।

ମିଳିଥିବା ସୂଚନା ଅନୁସାରେ ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ୍ ଅଞ୍ଚଳର ବ୍ରହ୍ମପୁର ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ଦିଆଯାଇଛି ମୁଢ଼ି । 2 ଦିନ ଧରି ପିଲା ମଧ୍ୟାହ୍ନ ଭୋଜନରେ ଭାତ ବଦଳରେ ଖାଉଛନ୍ତି ମୁଢି ।
ଏହାପରେ ଏହାକୁ ନେଇ ଅଭିଭାବକ ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଅଭିଭାବକମାନେ ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ I ସ୍କୁଲ କର୍ତ୍ତୁପକ୍ଷଙ୍କ ଏଭଳି ଦାୟିତ୍ୱହୀନ କାର୍ଯ୍ୟ ପାଇଁ ବିଭିନ୍ନ ମହଲରେ ସମାଲୋଚନା କରାଯାଉଛି I ଏ ନେଇ ତଦନ୍ତ କରି ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଇଓ ମାଳତୀ ଟୁଡୁ ପ୍ରତିଶ୍ରୁତି ଦେଇଛନ୍ତି ।












Click it and Unblock the Notifications