ସମ୍ବଲପୁର GM ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା; ଅଧ୍ୟାପକ ଗିରଫ

ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ନିର୍ଯାତନା। ଏଥିରେ ମଧ୍ୟ ଜଣେ ଅଧ୍ୟାପକ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି। ଏଫଏମ କଲେଜ ନିଆଁ ସାରା ଓଡ଼ିଶାରେ ହୁତୁହୁତୁ ହୋଇ ଜଳୁଥିବାବେଳେ ପୁଣି ଏହି ଘଟଣା ରାଜ୍ୟ ରାଜନୀତିକୁ ସରଗରମ କରିଛି।ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ ଚେତିଲେ ସରକାର । ସମ୍ବଲପୁର ଗଙ୍ଗାଧର ମେହର ବିଶ୍ବବିଦ୍ୟାଳୟରେ ଆକ୍ସନ ।

ଛାତ୍ରୀ ନିର୍ଯାତନା ଓ ଅସଦାଚରଣ ମାମଲାରେ ଆସିଷ୍ଟାଣ୍ଟ ପ୍ରଫେସର ଗିରଫ । ଏଜୁକେସନ ବିଭାଗର ଅଧ୍ୟାପକଙ୍କୁ ବନ୍ଧିଛି ପୁଲିସ ।ସୂଚନା ଅନୁଯାୟୀ, ୪ ମାସ ତଳେ ବିଶ୍ବବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ବିଭାଗର ଜଣେ ଛାତ୍ରୀ ଅସଦାଚରଣ ଅଭିଯୋଗ ଆଣିଥିଲେ । ଏଜୁକେସନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀନାଥ ସୁନା ତାଙ୍କୁ ଅସଦାଚରଣ କରିବା ସହିତ ନିର୍ଯାତନା ଦେଉଥିବା ନେଇ ମହିଳା ଥାନାରେ ଅଭିଯୋଗ କରିଥିଲେ ।

arrested

ହେଲେ ପୁଲିସ ସେତେବେଳେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିଲା । ମାତ୍ର ଏଫଏମ୍ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣା ପରେ ତତ୍ପର ହୋଇଛନ୍ତି ସରକାର । ଗୁରୁବାର ଏଜୁକେସନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀନାଥ ସୁନାଙ୍କୁ ମହିଳା ଥାନା ପୁଲିସ ଗିରିଫ କରି କୋର୍ଟ ଚାଲାଣ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+