୪୪ଟି ତହସିଲରେ ଆରମ୍ଭ ହେଲା ଉପନିବନ୍ଧନ କାର୍ଯ୍ୟାଳୟ ; ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସହଜ ହେବ ଜମିଜମା ପଞ୍ଜୀକରଣ ଓ କିଣାବିକା। ଘରେ ବସି ଅନ୍‌ଲାଇନ୍‌ରେ କରିପାରିବେ ସ୍ଲଟ୍ ବୁକ୍‌। ଲୋକସେବା ଭବନରେ ରାଜ୍ୟର ୪୪ଟି ତହସିଲରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ପ୍ରଥମ ପର୍ଯ୍ୟାୟରେ ୪୪ଟି ତହସିଲରେ ସବ୍‌-ରେଜିଷ୍ଟ୍ରେସନ୍‌ କାର୍ଯ୍ୟାଳୟ ଆରମ୍ଭ ହୋଇଛି । ବାକି ଥିବା ଅନ୍ୟ ତହସିଲଗୁଡ଼ିକରେ ମଧ୍ୟ ଆସନ୍ତା ଡିସେମ୍ବର ସୁଦ୍ଧା ଏହି ସେବା ଉପଲବ୍ଧ ହେବ। ଏହା ପୂର୍ବରୁ ଇ-ରେଜିଷ୍ଟ୍ରେସନ୍‌ ମୋବାଇଲ୍‌ ଆପ୍ ମଧ୍ୟ ଆରମ୍ଭ କରାଯାଇଛି।

Mohan Majhi

ପ୍ରଶାସନିକ କାର୍ଯ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ସୁନିଶ୍ଚିତ କରିବା, ଉନ୍ନତମାନର ସେବା ପ୍ରଦାନ କରିବା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବା ହେଉଛି ଏହି ପଦକ୍ଷେପର ମୂଳ ଲକ୍ଷ୍ୟ। ଜନସାଧାରଣଙ୍କ ନିକଟରେ ସେବା ପହଞ୍ଚିବା ଦ୍ୱାରା ରେଜିଷ୍ଟ୍ରେସନ୍‌ କାର୍ଯ୍ୟକଳାପ ବୃଦ୍ଧି ପାଇବ। ଯାହା ଫଳରେ ରାଜସ୍ୱ ଆଦାୟରେ ମଧ୍ୟ ଉନ୍ନତି ଆସିବ। ଏହି ସଂସ୍କାରମୂଳକ ପଦକ୍ଷେପ ଜରିଆରେ ଲୋକଙ୍କ ସରକାର ନିଜର ପ୍ରତିବଦ୍ଧତାକୁ କାର୍ଯ୍ୟରେ ପରିଣତ କରୁଛନ୍ତି। ଯାହାଦ୍ୱାରା ନାଗରିକମାନଙ୍କର ସରକାରୀ ବ୍ୟବସ୍ଥା ଉପରେ ଆସ୍ଥା ଅଧିକ ଦୃଢ଼ ହେବ।

ଆଉ ବାକି ୫୬ଟି ତହସିଲରେ ଡିସେମ୍ବରରେ ଶୁଭାରମ୍ଭ କରିବାକୁ ସରକାର ଯୋଜନା କରିଛନ୍ତି । ତେବେ ଅନଲାଇନରେ ସ୍ଲଟ୍ ବୁକ କରି ତହସିଲ କାର୍ଯ୍ୟାଳୟରେ ଜମି କିଣାବିକା କରି ପାରିବେ । ସର୍ବାଧିକ ମୟୁରଭଞ୍ଜରେ ୧୨, କୋରାପୁଟରେ ୭, ସମ୍ବଲପୁରରେ ୫, ଢେଙ୍କାନାଳରେ ୪ଟି, କନ୍ଧମାଳରେ ୩ଟି ତହସିଲରେ ଉପନିବନ୍ଧନ କାର୍ଯ୍ୟାଳୟ ଖୋଲିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+