Get Updates
Get notified of breaking news, exclusive insights, and must-see stories!

ଶ୍ରୀମନ୍ଦିର ସୁରକ୍ଷା ନେଇ ସବ୍‌କମିଟି ଗଠନ: ଧାଡି ଦର୍ଶନକୁ ଅନୁମୋଦନ

ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍‌କମିଟି ଗଠନ ହୋଇଛି ।

୧୪ ସବ୍‌କମିଟି ମଧ୍ୟରୁ ୪ଟି ଷ୍ଟାଚ୍ୟୁଟାରୀ ସବ୍‌କମିଟି । ଷ୍ଟାଚ୍ୟୁଟାରୀ ସବ୍‌କମିଟି -ଅର୍ଥ, ନୀତି, ରତ୍ନଭଣ୍ଡାର, ଅପିଲ୍‌ କମିଟି ଗଠନ କରାଯାଇଛି ।

ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ନେଇ ସବ୍‌କମିଟି ଗଠନ କରାଯାଇଛି । ଶ୍ରୀଜଗନ୍ନାଥ ତତ୍ତ୍ୱ, ଗବେଷଣା, ପ୍ରକାଶନ ଓ ପ୍ରସାର ସବ୍‌କମିଟି ଗଠନ କରାଯାଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେବକ କଲ୍ୟାଣ ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସବ୍‌କମିଟି ଗଠନ ହୋଇଛି । ସେହିପରି ମୁଖ୍ୟପ୍ରଶାସକଙ୍କ ଅଧ୍ୟକ୍ଷତାରେ ବିଧି ସବ୍‌କମିଟି ଗଠନ କରାଯାଇଛି । ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି ସମନ୍ୱୟ ସବ୍‌କମିଟି ଗଠନ କରାଯାଇଛି ।

Subcommittee formed for protection of Shrimandir

ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିରେ ଅନୁମୋଦନ ମିଳିଛି। ସୁପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ୯ ଜଣ ସଦସ୍ୟ ଅଛନ୍ତି, ସବୁ ଦିଗରୁ ଅନୁଧ୍ୟାନ କରିବେ । ସମ୍ପୃକ୍ତ ନିଯୋଗ ସହ ଭଲ ଭାବେ ଆଲୋଚନା କରିବେ । ଯେପରି ଭାବେ ମହାପ୍ରଭୁଙ୍କ ନୀତି ବିଳମ୍ବିତ ନ ହେବ ଗୁରୁତ୍ୱ ଦେବେ । ପ୍ରଥମେ ପରୀକ୍ଷାମୂଳକ ଭାବେ ଧାଡି ଦର୍ଶନକୁ ଲାଗୁ କରାଯିବ । ଆବଶ୍ୟକତା ପଡିଲେ ଜିଲ୍ଲାପାଳଙ୍କ ନେତୃତ୍ୱାଧୀନ କମିଟି ସଂଶୋଧନ କରିବ । ଖୁବ୍‌ ଶୀଘ୍ର ଧାଡି ଦର୍ଶନ ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଉଛି । ନାଟମଣ୍ଡପରେ ବାତ୍ତାନୁକୁଳ କରିବା ପାଇଁ ଏଏସଆଇ ମଧ୍ୟ ଅନୁମୋଦ ଦେଇଛି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+