Get Updates
Get notified of breaking news, exclusive insights, and must-see stories!

ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଟଙ୍କା; ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ଆସିବ ସୁଭଦ୍ରା ୩ୟ କିସ୍ତି

ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ଆଉ ମାତ୍ର ଗୋଟିଏ ଦିନ ବାକି । ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ସୁଭଦ୍ରା କିସ୍ତି ଟଙ୍କା ପଠାଇବେ ରାଜ୍ୟ ସରକାର । ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କରିଡା । ପୂର୍ବରୁ ୨ଟି ପୂର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି ।

ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅର୍ଥାତ ଅଗଷ୍ଟ ୯ ଅର୍ଥାତ ଶନିବାର ଦିନ ସୁଭଦ୍ରା ତୃତୀୟ କିସ୍ତି ଟଙ୍କା ମିଳିବ । ୧ କୋଟିରୁ ଅଧିକ ମହିଳାଙ୍କ ଖାତାକୁ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା ପଠାଇବେ ରାଜ୍ୟ ସରକାର । ଏ ନେଇ ସବୁ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ରାଜ୍ୟର ଏକ କୋଟିରୁ ଅଧିକ ମହିଳା ଏହାର ଲାଭ ଉଠାଇବେ ।

ଯେଉଁମାନେ ଟଙ୍କା ପାଇ ପାରିନାହାନ୍ତି ସେମାନଙ୍କ ପାଇଁ ବଡ ସୂଚନା ରହିଛି । ସେମାନେ ଯୋଗ୍ୟ ହୋଇଥିଲେ ବି କାହିଁକି ଟଙ୍କା ପାଉନାହାନ୍ତି? ତେବେ ଆବେଦନ କରିବା ସମୟ କିଛି ବିଶେଷ ଦିଗ ପ୍ରତି ଧ୍ୟାନ ଦେବାର ଆବଶ୍ୟକତା ରହିଛି ।

Subhadra 3rd installment will be deposited

ଜନସେବା କେନ୍ଦ୍ରରେ ବି ଏ ନେଇ ପାଇପାରିବେ ତଥ୍ୟ । ବ୍ୟାଙ୍କ ଆକାଉଣ୍ଟ ଓ ଆଧାର ତଥ୍ୟ ମେଳ ଖାଉନଥିଲେ ସୁଭଦ୍ରା ଆବେଦନ ଖାରଜ ହୋଇଯିବ । ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟରେ ଭୁଲ ଆଧାର ତଥ୍ୟ ଦିଆଯାଇଥିବ ତେବେ ଆବେଦନ ରିଜେକ୍ଟ ହୋଇଯିବ ।

ସେହିଭଳି ଅନେକ ହିତାଧିକାରୀଙ୍କ E-KYC ହୋଇନଥିବାରୁ ସେମାନେ ବି ସୁଭଦ୍ରା ତାଲିକାରୁ ବାଦ୍ ପଡିଛନ୍ତି । ଅଯୋଗ୍ୟ ତାଲିକାରେ ସେମାନଙ୍କ ନାଁ ରହିଛି । ବିସ୍ତୃତ ତଥ୍ୟ ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ପାଇପାରିବେ ହିତାଧିକାରୀ ।

କେବଳ ସେତିକି ନୁହେଁ ନାଁ କିମ୍ବା ଅନ୍ୟ ତଥ୍ୟ ମେଳ ଖାଉନଥିଲେ ବି ସୁଭଦ୍ରା ତାଲିକାରୁ ଅଯୋଗ୍ୟ ଘୋଷିତ ହେବେ । ଆଉ ବଡ କଥା ହେଉଛି ତଥ୍ୟ ସଂଶୋଧନ କଲା ପରେ ପୁନଶ୍ଚ ଆବେଦନ କରି ସୁଭଦ୍ରା ଟଙ୍କା ପାଇପାରିବେ ।

ତେବେ କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି? ଆବେଦନ କରିଥିଲେ ବି କଟିଯିବ ନାଁ । ଜାଣନ୍ତୁ ରାଜ୍ୟର ସରକାରଙ୍କ ଗାଇଡଲାଇନ୍ କଣ ରହିଛି । ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରନ୍ତି, ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ ବା ସେମାନଙ୍କର ନାଁ କାଟି ଦିଆଯିବ ।

ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେକୌଣସି ଅଣ୍ଡରଟେକିଂ (undertaking) / ବୋର୍ଡ / ସ୍ଥାନୀୟ ସଂସ୍ଥା (local body). କିମ୍ବା ସଂଗଠନ / ନିୟମିତ / ସ୍ଥାୟୀ / ଚୁକ୍ତିଭିତ୍ତିକ କର୍ମଚାରୀ ଭାବରେ ନିଯୁକ୍ତ କିମ୍ବା ଅବସର ପରେ ପେନସନ ଗ୍ରହଣ କରୁଥିବେ । ଯଦି ଏହି ଯୋଜନାର ଅନ୍ୟ ସମସ୍ତ ମାନଦଣ୍ଡ ପୂରଣ କରୁଥିଲେ, ତେବେ, ପାରିଶ୍ରମିକ ଗ୍ରହଣ କରୁଥିବା ସମସ୍ତ କର୍ମଚାରୀ ଏବଂ ଆଉଟସୋସିଂ ଏଜେନ୍ସି ମାଧ୍ଯମରେ ନିୟୋଜିତ ସମସ୍ତ / କର୍ମଚାରୀ ଏହି ଯୋଜନା ଅଧୀନରେ ଯୋଗ୍ୟ ବିବେଚିତ ହେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+