ଆଜି ମିଳିବ ସୁଭଦ୍ରା ହିତାଧିକାରୀଙ୍କୁ ଟଙ୍କା, କେବଳ ଏହିମାନଙ୍କୁ
ଆଜି ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ମିଳିବ ଟଙ୍କା । ସୁଭଦ୍ରା ଯୋଜନାରେ ନୂଆରେ ସାମିଲ ହୋଇଥିବା ହିତାଧିକାରୀଙ୍କୁ ଆଜି ମିଳିବ ପ୍ରଥମ କିସ୍ତି । ସେହିପରି ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।













Click it and Unblock the Notifications