ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ, ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା’
ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ । ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା । ତିନି ବିଭାଗକୁ ତଥ୍ୟ ମାଗି ଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ ।

ସେ କହିଛନ୍ତି, ସୁଭଦ୍ରା ସମୀକ୍ଷା ବୈଠକ ପୂର୍ବରୁ ତିନି ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ। ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ। ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରିଚକିଆ ଥିବା ମହିଳାଙ୍କ ତଥ୍ୟ ମାଗ ଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା। ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି, ତାର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା। ତିନି ବିଭାଗର ରିପୋର୍ଟ ଆଧାରରେ ଆସନ୍ତାକାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ। ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବା ନେଇ ଏଥିରେ ନିଷ୍ପତ୍ତି ହୋଇପାରେ।












Click it and Unblock the Notifications