Subhadra Yojana: ୧ କୋଟି ମହିଳାଙ୍କୁ ଏକାବେଳେ ମିଳିବ ସୁଭଦ୍ରା ଟଙ୍କା, ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ସୁଭଦ୍ରା ଯୋଜନାକୁ ନେଇ ବଡ ଖବର । ଏ ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମ ପର୍ଯ୍ୟାୟ ସୁଭଦ୍ରା ଟଙ୍କାର ୪ର୍ଥ ବା ଶେଷ ପର୍ଯ୍ୟାୟ କିସ୍ତି କେବେ ଆସିବ ସେ ନେଇ ନିଜେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା । ସୁଭଦ୍ରା ଯୋଜନା ଟଙ୍କା କେବେ ଆସିବ ସେ ନେଇ ବୁଧବାର ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୁଶାସନ ଦିବସ କାର୍ଯ୍ୟକ୍ରମରେ ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଆସନ୍ତା ଜାନୁଆରୀ ମାସରେ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ପୂର୍ବରୁ ପ୍ରଥମ କିସ୍ତିର ୩ଟି ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିସାରିଛି । ଆଉ ଜାନୁଆରୀ ମାସରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା ।

ସେହିପରି ମାର୍ଚ୍ଚ ମାସରେ ଏକା ବେଳେ କୋଟିଏ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି। ପ୍ରଥମ ପର୍ଯ୍ୟାୟରେ ଯେଉଁ ୧ କୋଟି ମହିଳା ପାଇବେ ସେମାନେ ହିଁ ୨ୟ ପର୍ଯ୍ୟାୟରେ ପାଇବେ ଟଙ୍କା ।
ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଜାନୁଆରୀ ମାସରେ ହିତାଧିକାରୀ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଚତୁର୍ଥ ପର୍ଯ୍ୟାୟ ଟଙ୍କାରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁବ । ଆଉ ଏହା ପରେ ପରେ ଆସନ୍ତା ବର୍ଷ ମାର୍ଚ୍ଚ ମାସରେ ଏକାବେଳେ ୧ କୋଟି ମହିଳାଙ୍କୁ ଖାତାକୁ ଯିବ ସୁଭଦ୍ରା ଯୋଜନାର ୨ୟ ପର୍ଯ୍ୟାୟ ଟଙ୍କା ।
ତେବେ କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି? ଆବେଦନ କରିଥିଲେ ବି କଟିଯିବ ନାଁ । ଜାଣନ୍ତୁ ରାଜ୍ୟର ସରକାରଙ୍କ ଗାଇଡଲାଇନ୍ କଣ ରହିଛି । ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରନ୍ତି, ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ । ବା ସେମାନଙ୍କର ନାଁ କାଟି ଦିଆଯିବ ।
ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୨୧ ବର୍ଷରୁ କମ୍ ହୋଇନଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ ।
ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ।
ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି ବର୍ତ୍ତମାନର କିମ୍ବା ପୂର୍ବତନ ସାଂସଦ କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ସେହିଭଳି ଆୟକର ଦେଉଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ ।
ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେକୌଣସି ଅଣ୍ଡରଟେକିଂ (undertaking) / ବୋର୍ଡ / ସ୍ଥାନୀୟ ସଂସ୍ଥା (local body). କିମ୍ବା ସଂଗଠନ / ନିୟମିତ / ସ୍ଥାୟୀ / ଚୁକ୍ତିଭିତ୍ତିକ କର୍ମଚାରୀ ଭାବରେ ନିଯୁକ୍ତ କିମ୍ବା ଅବସର ପରେ ପେନସନ ଗ୍ରହଣ କରୁଥିବେ । ଯଦି ଏହି ଯୋଜନାର ଅନ୍ୟ ସମସ୍ତ ମାନଦଣ୍ଡ ପୂରଣ କରୁଥିଲେ, ତେବେ, ପାରିଶ୍ରମିକ ଗ୍ରହଣ କରୁଥିବା ସମସ୍ତ କର୍ମଚାରୀ ଏବଂ ଆଉଟସୋସିଂ ଏଜେନ୍ସି ମାଧ୍ଯମରେ ନିୟୋଜିତ ସମସ୍ତ / କର୍ମଚାରୀ ଏହି ଯୋଜନା ଅଧୀନରେ ଯୋଗ୍ୟ ବିବେଚିତ ।
ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେକୌଣସି ଅଣ୍ଡରଟେକିଂ (undertaking) / ବୋର୍ଡ / ସ୍ଥାନୀୟ ସଂସ୍ଥା (local body). କିମ୍ବା ସଂଗଠନ / ନିୟମିତ / ସ୍ଥାୟୀ / ଚୁକ୍ତିଭିତ୍ତିକ କର୍ମଚାରୀ ଭାବରେ ନିଯୁକ୍ତ କିମ୍ବା ଅବସର ପରେ ପେନସନ ଗ୍ରହଣ କରୁଥିବେ । ଯଦି ଏହି ଯୋଜନାର ଅନ୍ୟ ସମସ୍ତ ମାନଦଣ୍ଡ ପୂରଣ କରୁଥିଲେ, ତେବେ, ପାରିଶ୍ରମିକ ଗ୍ରହଣ କରୁଥିବା ସମସ୍ତ କର୍ମଚାରୀ ଏବଂ ଆଉଟସୋସିଂ ଏଜେନ୍ସି ମାଧ୍ଯମରେ ନିୟୋଜିତ ସମସ୍ତ / କର୍ମଚାରୀ ଏହି ଯୋଜନା ଅଧୀନରେ ଯୋଗ୍ୟ ବିବେଚିତ ହେବେ ।
ଯଦି ଅବେଦନକାରୀଙ୍କ ପରିବାରର ଜଳସେଚିତ ଜମିର ପରିମାଣ ୫ ଏକରରୁ ଅଧିକ ଓ ଅଣ ଜଳସେଚିତ ଜମିର ପରିମାଣ ୧୦ ଏକରରୁ ଅଧିକ ହୋଇଥିବ ସେମାନେ ସୁଭଦ୍ରା ଟଙ୍କା ପାଇପାରିବେ ନାହିଁ । ସେହିଭଳି ଟ୍ରାକ୍ଟର, ମିନି-ଟ୍ରକ୍, ଛୋଟ ବାଣିଜ୍ୟିକ ଯାନ ଏବଂ ଅନ୍ୟ ସମାନ ହାଲୁକା ସାମଗ୍ରୀ ଯାନ ବ୍ୟତୀତ ୪ ଚକିଆ ଗାଡି ଥିଲେ ସୁଭଦ୍ରା ଟଙ୍କା ପାଇବେ ନାହିଁ ।












Click it and Unblock the Notifications