Subhadra Yojana: ମାର୍ଚ୍ଚ ୮ରେ ମିଳିବ ‘ସୁଭଦ୍ରା' ଯୋଜନାରେ ୨ୟ କିସ୍ତି ଟଙ୍କା; ବ୍ରହ୍ମପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ
ମାର୍ଚ୍ଚ ୮ରେ ମିଳିବ 'ସୁଭଦ୍ରା' ଯୋଜନାରେ ୨ୟ କିସ୍ତି ଟଙ୍କା। ବ୍ରହ୍ମପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ କରାଯିବ । ଟଙ୍କା ବଣ୍ଟନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୁକ୍ରବାର ସୂଚନା ଦେଇଛନ୍ତି।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରାର ୨ୟ କିସ୍ତି ଟଙ୍କା ବ୍ରହ୍ମପୁରରୁ ଏଥର ଦିଆଯିବ। ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ମାର୍ଚ୍ଚ ୮ରେ ଥରକେ କୋଟିଏ ମହିଳାଙ୍କୁ ଆର୍ଥିକ ସ୍ୱାବଲମ୍ବି କରାଯିବ।
ମାର୍ଚ୍ଚ ୮ରେ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା ମିଳିବ। ବ୍ରହ୍ମପୁରରେ ମୁଖ୍ରମନ୍ତ୍ରୀ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ। ଶୁକ୍ରବାର ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ଦେଇଛନ୍ତି।

ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇସାରିଥିବା ବେଳେ ଭାଗ୍ୟଶାଳୀ ଆଉ ୨ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯିବା ନେଇ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
ଉପମୁଖ୍ୟମନ୍ତ୍ରୀଙ୍କ କହିବାନୁସାରେ, ଯେଉଁ ଯୋଗ୍ୟ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଆସିନାହିଁ ସେମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ବିଭିନ୍ନ କାରଣ ପାଇଁ ଯେଉଁମାନେ ସୁଭଦ୍ରା ଟଙ୍କା ପାଇନାହାଁନ୍ତି, ସେମାନଙ୍କୁ ଏକାବେଳେ ଦୁଇଟି କିସ୍ତି ଟଙ୍କା ମିଳିବ।












Click it and Unblock the Notifications