ସୁଭଦ୍ରା ଯୋଜନା: ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର 'ସୁଭଦ୍ରା' ସଚେତନତା ରଥର ଶୁଭ ଉଦ୍‌ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ କହିଥିଲେ, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ଏବଂ ଆମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଆପଣମାନେ ରାତି ଅନିଦ୍ରା ନ ହୋଇ ଗହଳି ନ କରି ଅପେକ୍ଷା କରନ୍ତୁ। ସୁଭଦ୍ରା ସଚେତନତା ରଥ ଆସନ୍ତା ୧୬ ତାରିଖ ଯାଏ ବୁଲି ସଚେତନତା ସୃଷ୍ଟି କରିବ। ରାଜ୍ୟବ୍ୟାପୀ ଗାଁଠୁ ସହର ପର୍ଯ୍ୟନ୍ତ ଏହି ସଚେତନତା ରଥ ବୁଲିବ। ବର୍ଷକୁ ୨ଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ମିଳିବ। ଏହା ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରତ୍ୟେକ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Subhadra Yojana

ତେବେ ଏହି କାର୍ଯ୍ୟକ୍ରମକୁ ନେଇ ମେୟର ସୁଲୋଚନା ଦାସ କଡ଼ା ଟିପ୍ପଣୀ ଦେଇଛନ୍ତି। ଶ୍ରୀମତୀ ଦାସ ରାଜ୍ୟ ସରକାରଙ୍କୁ ସମାଲୋଚନା କରି କହିଛନ୍ତି, ୫ ହଜାର ଟଙ୍କାରେ ମହିଳା ଆତ୍ମନିର୍ଭରଶୀଳ ହେବା ସମ୍ଭବ ନୁହେଁ।

ଅନ୍ୟପକ୍ଷରେ ସୁଲୋଚନାଙ୍କ ଏହି କଥାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ଏଥିରେ ବଡ଼ ଶିଳ୍ପ କରିପାରିବେନି, କିନ୍ତୁ ମହିଳାଙ୍କ ସାହସ ବଢ଼ିବ। ଆଗାମୀ ଦିନରେ ଲକ୍ଷପତି ଦିଦିରେ ଓଡ଼ିଶା ଏକ ନମ୍ବର ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+