ସୁଭଦ୍ରା' ଯୋଜନା: ଦୂର ହେଲା ଓଟିପି ସମସ୍ୟା, ଘଣ୍ଟା ଘଣ୍ଟା ଧାଡିରେ ଠିଆହେବା ଆବଶ୍ୟକ ନାହିଁ
ରାଜ୍ୟରେ 'ସୁଭଦ୍ରା' ଯୋଜନା ପାଇଁ ବର୍ତ୍ତମାନ କ୍ରେଜ୍ ଜାରି ରହିଛି । ଏହାରି ମଧ୍ୟରେ 'ସୁଭଦ୍ରା' ଯୋଜନାକୁ ନେଇ ବଡ଼ ଅପଡ଼େଟ ଆସିଛି। ଏଣିକି ଆଉ ଦରକାର ପଡ଼ିବନି ଓଟିପି। ଆଧାର ସହିତ ମୋବାଇ ନମ୍ବର ଲିଙ୍କ ନ ଥିଲେ 'ସୁଭଦ୍ରା' ଯୋଜନାରେ ଆବେଦନ କରିପାରିବେ। ଏଥିପାଇଁ ଓଟିପିର ଆଉ ଆବଶ୍ୟକତା ନାହିଁ ବୋଲି ଜଣାପଡ଼ିଛି ।
ଏହି ଖବର ଜଣାପଡ଼ିବାପରେ ଯୋଗ୍ୟ ହିତାଧିକାରୀଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି। କହିବାକୁ ଗଲେ 'ସୁଭଦ୍ରା' ଯୋଜନାକୁ ସମ୍ପୂର୍ଣ୍ଣ ରୂପରେ ଓଟିପି ମୁକ୍ତ କରାଯାଇଛି ।
ସୁଭଦ୍ରା' ଯୋଜନା ଆବେଦନକାରୀମାନେ ମୋବାଇଲ ନମ୍ବର ଲିଙ୍କ୍ ଓ ଆଧାର ଅପଡେଟ ପାଇଁ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ପ୍ରବଳ ଗହଳି ଲଗାଉଥିଲେ। ଏହି ଯୋଜନାରେ ଆବେଦନ କରିବା ପାଇଁ ରାତି ଅନିଦ୍ରା ହୋଇ ଆଧାର କେନ୍ଦ୍ର ଆଗରେ ଭିଡ଼ ଲଗାଇବାର ଚିତ୍ର ରାଜ୍ୟର ଅନେକ ସ୍ଥାନରେ ଦେଖିବାକୁ ମିଳିଥିଲା। ଏହି ସୁଯୋଗରେ ଦଲାଲ ମଧ୍ୟ ସକ୍ରିୟ ହୋଇ ଉଠିଥିଲେ। ବର୍ତ୍ତମାନ ଆଧାର ଓଟିପି ନ ଦେଇ ମଧ୍ୟ ଫର୍ମ ସବମିଟ କରି ପାରିବେ।

ସୂଚନା ଅନୁଯାୟୀ, ୪ ସେପ୍ଟେମ୍ୱର ସନ୍ଧ୍ୟାରୁ ସୁଭଦ୍ରା ଯୋଜନା ଫର୍ମ ଦାଖଲ ଆରମ୍ଭ ହୋଇଛି। ସୁଭଦ୍ରା ଯୋଜନା ଫର୍ମ ପୂରଣ ପରେ ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ। ପୂର୍ବରୁ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ଯେ, ସୁଭଦ୍ରା ଯୋଜନା ଆବେଦନ ପାଇଁ କୌଣସି ଶେଷ ତାରିଖ ଘୋଷଣା କରାଯାଇ ନାହିଁ । ୧୭ ତାରିଖ ପରେ ମଧ୍ୟ ଆବେଦନ କରିବେ। ସେମାନେ ମଧ୍ୟ ସୁଭଦ୍ରା ଯୋଜନାରେ ସମାନ ଅନୁଦାନ ପାଇବେ।
କେଉଁମାନେ ପାଇବେନି ସୁଭଦ୍ରା ସହାୟତା
- ୧ ଜୁଲାଇ ୨୦୨୪ ସୁଦ୍ଧା ୨୧ରୁ କମ୍ ଓ ୬୦ରୁ ଅଧିକ ହୋଇଥିଲେ ପାଇବେନି
- ବର୍ତ୍ତମାନ କିମ୍ବା ପୂର୍ବତନ ସାଂସଦ/ବିଧାୟକ ହୋଇଥିଲେ ପାଇବେନି
- ଆୟକର ଦେଉଥିଲେ ପାଇବେନି ସୁଭଦ୍ରା ସହାୟତା
- ୱାର୍ଡମେମ୍ବର/କାଉନସିଲର ଛଡ଼ା ଅନ୍ୟ ପଞ୍ଚାୟତ ପ୍ରତିନିଧି ହୋଇଥିଲେ ମିଳିବନି
ମିଳିବ ସୁଭଦ୍ରା ଏଟିଏମ୍ କାର୍ଡ...
ସୁଭଦ୍ରା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଏଟିଏମ୍ କାର୍ଡ । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୫ ବର୍ଷରେ ମିଳିବ ୫୦ ହଜାର ଟଙ୍କା । ୫ ହଜାର ଲେଖାଏଁ ବର୍ଷକୁ ୨ ଥର ମୋଟ ୧୦ ହଜାର ଟଙ୍କା ମିଳିବ । ବର୍ଷକୁ ୧୦ ହଜାର କରି ୫ ବର୍ଷ ଯାଏଁ ମିଳିବ ମୋଟ ୫୦ ହଜାର । ବର୍ଷକୁ ୨ ଥର ପ୍ରଥମ କିସ୍ତି ରାକ୍ଷୀ ଓ ୨ୟ କିସ୍ତି ମାର୍ଚ୍ଚ ୮ରେ ମିଳିବ । ଅଧିକ ଡିଜିଟାଲ କାରବାର କଲେ ପଞ୍ଚାୟତରୁ ଶହେ ଜଣଙ୍କୁ ଅତିରିକ୍ତ ୫ଶହ ଟଙ୍କା ମିଳିବ ।












Click it and Unblock the Notifications