ସୁଭଦ୍ରା ଯୋଜନା :୧୫ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ୧୭ରେ ପ୍ରଥମ କିସ୍ତି

ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ 'ସୁଭଦ୍ରା' ଯୋଜନାର ପ୍ରଥମ କିସ୍ତି। ଏଯାବତ୍‌ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ପଞ୍ଜୀକରଣ କରିସାରିଲେଣି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ୧୫ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ୧୭ରେ ପ୍ରଥମ କିସ୍ତି ମିଳିବ । ରବିବାର ରାଜ୍ୟବ୍ୟାପୀ ୧୦ ହଜାର ରାଜସ୍ବ ଗାଁରେ ସୁଭଦ୍ରା ପଦଯାତ୍ରା ହେବ। ଭୁବନେଶ୍ୱରରେ ଗିରିଦୁର୍ଗା ମନ୍ଦିରରୁ ରମାଦେବୀ ଯାଏଁ ସୁଭଦ୍ରା ପଦଯାତ୍ରା ହେବ।

ଅନ୍ୟପକ୍ଷେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗୋଟିଏ ସ୍କିମରେ ସବୁଠୁ ବେଶୀ ମହିଳା ଉପକୃତ ଯୋଜନା ହେଉଛି 'ସୁଭଦ୍ରା'। ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା 'ସୁଭଦ୍ରା'ର ସୁଫଳ ପାଇବେ।

Subhadra Yojana

୧ ଜୁଲାଇ ୨୦୨୪ ସୁଦ୍ଧା ୨୧ରୁ କମ୍‌ ଓ ୬୦ରୁ ଅଧିକ ହୋଇଥିଲେ ପାଇବେନି ବର୍ତ୍ତମାନ କିମ୍ବା ପୂର୍ବତନ ସାଂସଦ/ବିଧାୟକ ହୋଇଥିଲେ ପାଇବେନି ଆୟକର ଦେଉଥିଲେ ପାଇବେନି ସୁଭଦ୍ରା ସହାୟତା ୱାର୍ଡମେମ୍ବର/କାଉନସିଲର ଛଡ଼ା ଅନ୍ୟ ପଞ୍ଚାୟତ ପ୍ରତିନିଧି ହୋଇଥିଲେ ମିଳିବନି

ମିଳିବ ସୁଭଦ୍ରା ଏଟିଏମ୍‌ କାର୍ଡ...

ସୁଭଦ୍ରା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଏଟିଏମ୍‌ କାର୍ଡ । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୫ ବର୍ଷରେ ମିଳିବ ୫୦ ହଜାର ଟଙ୍କା । ୫ ହଜାର ଲେଖାଏଁ ବର୍ଷକୁ ୨ ଥର ମୋଟ ୧୦ ହଜାର ଟଙ୍କା ମିଳିବ । ବର୍ଷକୁ ୧୦ ହଜାର କରି ୫ ବର୍ଷ ଯାଏଁ ମିଳିବ ମୋଟ ୫୦ ହଜାର । ବର୍ଷକୁ ୨ ଥର ପ୍ରଥମ କିସ୍ତି ରାକ୍ଷୀ ଓ ୨ୟ କିସ୍ତି ମାର୍ଚ୍ଚ ୮ରେ ମିଳିବ । ଅଧିକ ଡିଜିଟାଲ କାରବାର କଲେ ପଞ୍ଚାୟତରୁ ଶହେ ଜଣଙ୍କୁ ଅତିରିକ୍ତ ୫ଶହ ଟଙ୍କା ମିଳିବ ।

ଏହା ସହ ଭୁବନେଶ୍ୱରରେ ୨୮୦୦ କୋଟିର ରେଲ ପ୍ରକଳ୍ପର ଶିଳାନ୍ୟାସ କରିବେ। ୧ ହଜାର କୋଟିର ନ୍ୟାସନାଲ ହାଇୱେ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମ ରାହିଛି। ଦେଶର ୧୩ ଲକ୍ଷ PMAY-G ହିତାଧିକାରୀଙ୍କ ପ୍ରଥମ କିସ୍ତି ରିଲିଜ କରିବା ସହ। ୧୪ଟି ରାଜ୍ୟର PMAY-G ହିତାଧିକାରୀ ଏହାର ଉପକାର ପାଇବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+