Subhadra Yojana: ମହିଳାଙ୍କ ଖାତାକୁ ଗଲା ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା; ଏମିତି କରନ୍ତୁ ଚେକ୍
ମହିଳାଙ୍କ ଖାତାକୁ ଗଲା ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୁଭଦ୍ରା ଯୋଜନାରେ ଶନିବାର ୧୮ ଲକ୍ଷ ମହିଳାଙ୍କୁ ଏହି ଟଙ୍କା ଦିଆଯାଇଛି । ଯାଜପୁରରେ ଆଯୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରାର ଯୋଜନା ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯାଇଛି ।
ରାଜ୍ୟରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ । ଏହାସହ ଯେଉଁମାନେ ଏନ୍ପିସିଆଇରେ ରହିଯିବେ, ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସମ୍ବଲପୁରରେ ସୂଚନା ଦେଇଛନ୍ତି ।
ପୂର୍ବ ପର୍ଯ୍ୟାୟ ଗୁଡିକରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଆସିଥିଲେ ବି ମୋବାଇଲକୁ କୌଣସି ମେସେଜ ଆସି ନ ଥିଲା। ଏ ନେଇ ଅନେକ ହିତାଧିକାରୀ ବ୍ୟସ୍ତ ହୋଇପଡିଥିଲେ । ଅଧିକାଂଶଙ୍କ ପାଖରେ ଫୋନରେ ୟୁପିଆଇ ବ୍ୟବସ୍ଥା ନ ଥିବା ହେତୁ ଟଙ୍କା ଆସିଛି କି ନାହିଁ ସେମାନେ ସ୍ପଷ୍ଟ ହୋଇପାରୁନଥିଲେ । କେଉଁଠି କେଉଁଠି ବ୍ୟାଙ୍କ କିମ୍ବା ଏଟିଏମ ଯାଇ ତୁରନ୍ତ ଚେକିଂ କରିବାର ବ୍ୟବସ୍ଥା ମଧ୍ୟ ଉପଲବ୍ଧ ନାହିଁ ।

କେମିତି ଜାଣିବେ ଟଙ୍କା ଆପଣଙ୍କ ଖାତାକୁ ଆସିଛି କି ନାହିଁ ?
ଟଙ୍କା ଆସିଛି କି ନାହଁ ଜାଣିବା ପାଇଁ ସରକାରୀ ୱେବସାଇଟ ସୁଭଦ୍ରା ପୋର୍ଟାଲକୁ ଯାଆନ୍ତୁ। ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ।
ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ ।
ଏକ ପୃଷ୍ଠା ଖୋଲିବ ଯେଉଁଥିରେ ହିତାଧିକାରୀଙ୍କ ବିବରଣୀ ଦେଖାଯିବ । ତଳେ ଏକ ବକ୍ସ, ଇ କେୱାଇସି ଷ୍ଟାଟସ, ଇ କେୱାଇସି ପ୍ରକାର, ସୱୀକୃତି ସ୍ଥିତି, ପେମେଣ୍ଟ ସ୍ଥିତି ଦେଖାଯିବ ।












Click it and Unblock the Notifications