ସୁଭଦ୍ରା ଯୋଜନା: କାଲିଠୁ ସେପ୍ଟେମ୍ବର ୧୬ ଯାଏଁ ଗଡ଼ିବ ସଚେତନତା ରଥ

ସୁଭଦ୍ରା ଯୋଜନା ସଂପର୍କିତ ସୂଚନା ପାଇଁ କାଲିଠୁ ଗଡ଼ିବ ସଚେତନତା ରଥ । ସୁଭଦ୍ରା ଯୋଜନାର କାର୍ଯ୍ୟ ଅଗ୍ରଗତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି ।

ହିତାଧିକାରୀଙ୍କୁ ସୂଚନା ପ୍ରଦାନ ଓ ସଚେତନ କରିବା ପାଇଁ କାଲିଠାରୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଗଡିବ ସଚେତନତା ରଥ। ରଥ କେଉଁ ରାସ୍ତାରେ ପରିଭ୍ରମଣ କରିବ, ତାହାର ନକ୍ସା ଅଂଚଳର ଜନପ୍ରତିନିଧି ଏବଂ ଅଂଶଗ୍ରହଣକାରୀଙ୍କୁ ଜଣାଯିବ। ଫଳରେ ଜନପ୍ରତିନିଧିମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ ।

ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଲକ, ଜିଲ୍ଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ୱରେ ରହିବେ । ନକଲି ଓେୱେ୍ ସାଇଟରେ ଯେପରି ଆବେଦନକାରୀ ଆବେଦନ ନକରନ୍ତି, ତାହାକୁ ନିଶ୍ଚିତ କରିବା ସହ, ଏହା ଜଣା ପଡିଲେ ତୁରନ୍ତ ରାଜ୍ୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।

Subhadra Yojana

ଭିଡ଼ିଓ କନଫରେନ୍ସ ଜରିଆରେ ରାଜସ୍ୱ ଆୟୁକ୍ତ, ଜିଲ୍ଲାପାଳ ଏବଂ ସମସ୍ତ ମହାନଗର ନିଗମର କମିଶନରଙ୍କ ସହିତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବୈଠକ ମାଧ୍ୟମରେ ସ୍ଥିତି ସମୀକ୍ଷା କରିଛନ୍ତି। ଲୋକସେବା ଭବନ ଆୟୋଜିତ ବୈଠକରେ ଉନ୍ନୟନ କମିଶନରଙ୍କ ସମେତ ଯୋଜନା ସଂମ୍ପର୍କିତ ବିଭିନ୍ନ ବିଭାଗରେ ପ୍ରମୁଖ ଶାସନ ସଚିବ ଏବଂ ଭୁବନେଶ୍ୱର ମହାନଗର ନିଗମ କମିଶନରଙ୍କ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+