Subhadra Yojana: ମହିଳାଙ୍କ ପାଇଁ ଖୁସି ଖବର: ମାର୍ଚ୍ଚରେ ଆକାଉଣ୍ଟକୁ ଆସିବ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା

୩ଟି ପର୍ଯ୍ୟାୟରେ ଯୋଗ୍ୟ ମହିଳାଙ୍କ ଆକାଉଣ୍ଟରେ ପ୍ରଥମ କିସ୍ତିର ଟଙ୍କା ପହଞ୍ଚିବା ପରେ ଚତୁର୍ଥ ପର୍ଯ୍ୟାୟକୁ ଅପେକ୍ଷା କରି ରହିଛନ୍ତି ଅନେକ ହିତାଧିକାରୀ ।
କିନ୍ତୁ ଚତୁର୍ଥ ପର୍ଯ୍ୟାୟ ଟଙ୍କା ଡିସେମ୍ବର ୨୫ ଦେବାକୁ ଥିବା ବେଳେ ଏହାକୁ ସ୍ଥଗିତ ରଖାଯାଇଛି । ତେବେ ଏ ନେଇ ବର୍ତ୍ତମାନ ଚତୁର୍ଥ ପର୍ଯ୍ୟାୟକୁ ନେଇ କୁହାଯାଉଛି ଯେ, ଏହି ଟଙ୍କା ଆସନ୍ତା ୨୦୨୫ ଜାନୁୟାରୀରେ ସରକାର ପଠାଇ ପାରନ୍ତି । ଏହି ପର୍ଯ୍ୟାୟରେ ପ୍ରାୟ ୨୦ ଲକ୍ଷରୁ ଅଧକ ହିତାଧିକାରୀଙ୍କୁ ଏହି ଟଙ୍କା ପ୍ରଦାନ କରାଯିବ । ଯାଞ୍ଚ ପ୍ରକ୍ରିୟା ଜାରି ରହିଥିବାରୁ ଏହି ପର୍ଯ୍ୟାୟ ଟଙ୍କା ବିଳମ୍ବରେ ଦିଆଯିବ ବୋଲି ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି ଯାଞ୍ଚ ଆସନ୍ତା ୩୦ ସୁଦ୍ଧା ଶେଷ ହୋଇଯିବ, ଏହାପରେ ହିତାଧିକାରୀଙ୍କୁ ନୂଆବର୍ଷରେ ନୂଆ ଉପହାର ଦେଇପାରନ୍ତି ।

ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ରହିଥିବା ଯୋଗ୍ୟ ହିତାଧିକାରୀ ସୁଭଦ୍ରା ପୋର୍ଟାଲରେ ଯାଇ ନିଜର ଅଭିଯୋଗ ଦାୟର କରିପାରିବେ । ଏହାବ୍ୟତୀତ ଏହି ଯୋଜନା ପାଇଁ ବ୍ଲକରେ ତିଆରି ହୋଇଥିବା କମିଟି ନିକଟରେ ମଧ୍ୟ ଆପଣ ନିଜର ଅଭିଯୋଗ ଲେଖିପାରିବେ । ଏହାପରେ ଆରଆଇ ମାନେ ଗାଁକୁ ଯାଇ ତଦାରଖ କରିବା ପରେ ଦେଇଥିବା ରିପୋର୍ଟ ଅନୁସାରେ, ଚତୁର୍ଥ ପର୍ଯ୍ୟାୟରେ ଏହି ହିତାଧିକାରୀମାନଙ୍କୁ ସାମିଲ କରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଥିସହିତ ରିଜେକ୍ଟ ଲିଷ୍ଟ ଯାଞ୍ଚ ସମୟରେ ଆଧାର ଭେରିଫିକେସନ କରାଇନେବାକୁ ସେ ହିତାଧିକାରୀ ମାନଙ୍କୁ ଅନୁରୋଧ କରିଛନ୍ତି ।

Subhadra Yojana

ଜାନୁୟାରୀ ଶେଷସୁଦ୍ଧା ୧ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଯିବ । ମାର୍ଚ୍ଚରେ ଏକାସଙ୍ଗେ କୋଟିଏ ହିତାଧିକାରୀଙ୍କୁ ମିଳିବ ଦ୍ୱିତୀୟ କିସ୍ତି ଟଙ୍କା । ଏ ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+