ସୁଭଦ୍ରା ଯୋଜନା: ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ଜଣ ମହିଳାଙ୍କୁ ମିଳିଛି ସୁଭଦ୍ରାର ପ୍ରଥମ କିସ୍ତି

ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହି କ୍ରମରେ ଆଜି ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ଜଣ ମହିଳାଙ୍କୁ ମିଳିଛି ସୁଭଦ୍ରାର ପ୍ରଥମ କିସ୍ତିର ୫୦୦୦ ଟଙ୍କା । ମୋଟ ୧୨୫୦ କୋଟି ଟଙ୍କା ଆକଉଣ୍ଟକୁ ପଠାଇଛନ୍ତି ମୋଦୀ ସରକାର ।

ଏହାସହ ଆଜି ଭୁବନେଶ୍ୱର ଗାଡକଣରେ ପ୍ରଧାନମନ୍ତ୍ରୀ ଆବାସ୍ ଯୋଜନା -୨.୦ ଯୋଜନାର ମଧ୍ୟ ଶୁଭଉଦଘାଟନ କରିଛନ୍ତି । ଏହି କ୍ରମରେ ଆଜି ୨୬ ଲକ୍ଷ ଲୋକଙ୍କୁ ମିଳିଛି ଘରର ଚାବି । ମୋଦୀ ନିଜେ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇବା ସହ ସେମାନଙ୍କ ସହ ଆଲୋଚନା କରିଥିଲେ, ଭଲମନ୍ଦ ପଚାରି ବୁଝିଥିଲେ । ଏସବୁ ଯୋଜନାକୁ ନେଇ ଆଜି ରାଜ୍ୟବାସୀଙ୍କ ମଧ୍ୟରେ ଭିନ୍ନ ଏକ ମାହୋଲ ଦେଖିବାକୁ ମିଳିଛି । ଏନେଇ ହିତାଧିକାରୀମାନେ ଖୁସି ବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରେ ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ କରିଥିଲେ । ଏହି ଅବସରରେ ମହିଳାଙ୍କଠାରୁ ମହାପ୍ରଭୁ ଜଗନ୍ନାଥଙ୍କ ପଟଚିତ୍ର ଉପହାର ସ୍ବରୁପ ଗ୍ରହଣ କରିଥିଲେ। ପରେ ସେ ସେଠାରୁ ଜନତାମଇଦାନଦ ଆସିଥିଲେ । ପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ସୁଭଦ୍ରା' ଯୋଜନାର ଶୁଭାରମ୍ଭ କରି କରିଥିଲେ ।

ଏପରିକି ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଥିଲେ । 'ସୁଭଦ୍ରା ଯୋଜନା' ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଥିଲେ ।

Subhadra Yojana

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ୨୫୦୦ ଦୀପ ବ୍ୟବହାର କରି ସେ ଏହି ବାଲୁକା କଳା କରିଛନ୍ତି। ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଆକର୍ଷଣୀୟ ବାଲୁକା କଳା କରିଛନ୍ତି ସୁଦର୍ଶନ। ନ୍ୟାସନାଲ୍ ଗ୍ୟାଲେରି ଅଫ୍ ମର୍ଡନ୍ ଆର୍ଟରେ ବାଲୁକା କଳା ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+