ସୁଭଦ୍ରା ଯୋଜନା: ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ ସହ ଅନ୍ୟାନ୍ୟ ଅପଡେଟ ପାଇଁ ଲମ୍ବା ଲାଇନ୍
ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଛି । ସୁଭଦ୍ରା ଯୋଜନା ପାଇଁ ଆବେଦନ ଫର୍ମ ପୂରଣ ଓ ଦାଖଲ ସମ୍ପୂର୍ଣ୍ଣ ଦେୟମୁକ୍ତ ରହିଛି । ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌର କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ମଧ୍ୟ ଫର୍ମ ମିଳିବ । ଏଥି ସହିତ ମୋ ସେବା କେନ୍ଦ୍ର, ସାଧାରଣ ସେବା କେନ୍ଦ୍ରରେ ଫର୍ମ ଦାଖଲ କରିହେବ । ମହିଳାମାନଙ୍କୁ ଫର୍ମ ପୁରଣ ଓ ଦାଖଲରେ ଅଙ୍ଗନୱାଡି କର୍ମୀ, ସିଆରପି, ଏମବିସି, ବ୍ୟାଙ୍କ ମିତ୍ର, କୃଷିମିତ୍ରମାନେ ସହଯୋଗ କରିବେ ।
ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁଭଦ୍ରା ଯୋଜନାର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ। ସେହି ଅବସରରେ ମିଳିବ ପ୍ରଥମ କିସ୍ତି ସହାୟତା। ବର୍ଷକୁ ଦୁଇ ଥର ମିଳିବ ସୁଭଦ୍ରା କିସ୍ତି । ମାର୍ଚ୍ଚ ଅନ୍ତର୍ଜାତିକ ମହିଳା ଦିବସ ଓ ରାଖୀ ପୂର୍ଣ୍ଣିମାରେ ମିଳିବ ୫ହଜାର ଟଙ୍କା ଲେଖାଏଁ କିସ୍ତି। ଚଳିତ ବର୍ଷ ରାକ୍ଷୀ ପୂର୍ଣ୍ଣିମା ସରିଯାଇଥିବାରୁ ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି ଦିଆଯିବ । ରାଜ୍ୟର ପ୍ରାଯ ୧ କୋଟି ୩୦ ଲକ୍ଷ ହିତାଧିକାରୀ ସୁଭଦ୍ରା ଯୋଜନାରେ ସାମିଲ ହେବେ ବୋଲି କହିଛନ୍ତି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦାୟିତ୍ବରେ ଥିବା ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡା ।

ତେବେ ଫର୍ମ ପୂରଣ ବେଳେ ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ ଥିବା ଉଲ୍ଲେଖ ରହିଛି । ଆଉ ଏଥିପାଇଁ ଆଧାର କାର୍ଡ ଅପଡେଟ୍ କରିବାକୁ ପଡୁଛି । ତେଣୁ ପ୍ରବଳ ଗହଳି ଦେଖିବାକୁ ମିଳୁଛି । ଲୋକେ ସକାଳ ୮ ଟାରେ ଧାଡ଼ିରେ ଠିଆ ହେଉଛନ୍ତି । ଏପରିକି କେତେକ ସ୍ଥାନରେ ଗଣ୍ଡଗୋଳ ଦେଖିବାକୁ ମିଳିଛି । ଆଉ ଅନେକ ସ୍ଥାନରେ ଲୋକେ ଏହି ଅସୁବିଧା ଭୋଗୁଛନ୍ତି । କେତେକ ସ୍ଥାନରେ ଠିକ୍ ଭାବରେ ସଂଯୋଗ ହୋଇପାରୁନି । ଏପରିକି ନବ ବିବାହିତ ମହିଳା ମାନେ ଠିକଣା ପରିବର୍ତ୍ତନ କରୁଛନ୍ତି ।












Click it and Unblock the Notifications