Subhadra Yojana: ଖୁବ ଶୀଘ୍ର ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା; ହେଲେ ଏମାନେ ପୁଣି ପଡିବେ ବାଦ

ଖୁବ ଶୀଘ୍ର ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ପୁଣି ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ବଡ ଘୋଷଣା କରିସାରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମ ପର୍ଯ୍ୟାୟ ସୁଭଦ୍ରା ଟଙ୍କାର ୪ର୍ଥ ବା ଶେଷ ପର୍ଯ୍ୟାୟ କିସ୍ତି କେବେ ଆସିବ ସେ ନେଇ ନିଜେ ମୁଖ୍ୟମନ୍ତ୍ରୀ ଘୋଷଣା କରିସାରିଛନ୍ତି ।

ଆସନ୍ତା ଜାନୁଆରୀ ମାସରେ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଏ ନେଇ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ପୂର୍ବରୁ ପ୍ରଥମ କିସ୍ତିର ୩ଟି ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିସାରିଛି । ଆଉ ଜାନୁଆରୀ ମାସରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା ।

ସେହିପରି ମାର୍ଚ୍ଚ ମାସରେ ଏକା ବେଳେ କୋଟିଏ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି। ପ୍ରଥମ ପର୍ଯ୍ୟାୟରେ ଯେଉଁ ୧ କୋଟି ମହିଳା ପାଇବେ ସେମାନେ ହିଁ ୨ୟ ପର୍ଯ୍ୟାୟରେ ପାଇବେ ଟଙ୍କା ।

ତେବେ କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି? ଆବେଦନ କରିଥିଲେ ବି କଟିଯିବ ନାଁ । ଜାଣନ୍ତୁ ରାଜ୍ୟର ସରକାରଙ୍କ ଗାଇଡଲାଇନ୍ କଣ ରହିଛି । ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରନ୍ତି, ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ । ବା ସେମାନଙ୍କର ନାଁ କାଟି ଦିଆଯିବ ।

ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ, ଜାନୁଆରୀ ମାସରେ ହିତାଧିକାରୀ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଚତୁର୍ଥ ପର୍ଯ୍ୟାୟ ଟଙ୍କାରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁବ । ଆଉ ଏହା ପରେ ପରେ ଆସନ୍ତା ବର୍ଷ ମାର୍ଚ୍ଚ ମାସରେ ଏକାବେଳେ ୧ କୋଟି ମହିଳାଙ୍କୁ ଖାତାକୁ ଯିବ ସୁଭଦ୍ରା ଯୋଜନାର ୨ୟ ପର୍ଯ୍ୟାୟ ଟଙ୍କା ।

Subhadra Yojana

ଅଯୋଗ୍ୟତା
ନିମ୍ନଲିଖିତ ମହିଳାମାନେ ଯୋଗ୍ୟତା ମାନଦଣ୍ଡ ପୂରଣ କରୁଥିଲେ ମଧ୍ୟ, ଏହି ଯୋଜନାର ଲାଭ ପାଇବା ପାଇଁ ଅଯୋଗ୍ୟ ହେବେ:

କ. ଯେଉଁ ମହିଳା ମାସକୁ ମୋଟ ୧୫00 ଟଙ୍କା କିମ୍ବା ତାଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,000 ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ସହାୟତା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ଗ୍ରହଣ କରୁଛନ୍ତି ।

ଖ. ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି :
୧. ବର୍ତ୍ତମାନର କିମ୍ବା ପୂର୍ବତନ ସାଂସଦ କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ।

୨. ଆୟକର ଦେଉଥିବେ ।

୩. ଯେ କୌଣସି ସହରାଞ୍ଚଳ ଶ୍ଵାୟତ୍ତ ଶାସନ ସଂସ୍ଥା (Urban Local body) କିମ୍ବା ପଞ୍ଚାୟତି ରାଜ ଅନୁଷ୍ଠାନରେ ନିର୍ବାଚିତ ଜନ ପ୍ରତିନିଧୀ ହୋଇଥିବେ (କେବଳ ୱାର୍ଡ ମେମ୍ବର, ସ୍ଥାନୀୟ ପରିଷଦ (Councillor) ସଦସ୍ୟ ବ୍ୟତୀତ)

୪. ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେକୌଣସି ଅଣ୍ଡରଟେକିଂ (undertaking) / ବୋର୍ଡ / ସ୍ଥାନୀୟ ସଂସ୍ଥା (local body) / ସଂଗଠନ / ନିୟମିତ / ସ୍ଥାୟୀ / ଚୁକ୍ତିଭିତ୍ତିକ କର୍ମଚାରୀ ଭାବରେ ନିଯୁକ୍ତ କିମ୍ବା ଅବସର ପରେ ପେନସନ ଗ୍ରହଣ କରୁଥିବେ । ଯଦି ଏହି ଯୋଜନାର ଅନ୍ୟ ସମସ୍ତ ମାନଦଣ୍ଡ ପୂରଣ କରୁଥିଲେ, ତେବେ, ପାରିଶ୍ରମିକ ଗ୍ରହଣ କରୁଥିବା ସମସ୍ତ କର୍ମଚାରୀ ଏବଂ ଆଉଟସୋର୍ସିଂ ଏଜେନ୍ସି ମାଧ୍ୟମରେ ନିୟୋଜିତ ସମସ୍ତ କର୍ମଚାରୀ ଏହି ଯୋଜନା ଅଧୀନରେ ଯୋଗ୍ୟ ବିବେଚିତ ହେବେ ।

୫. ଯେ କୌଣସି ସରକାରୀ ବିଭାଗ / ଅଣ୍ଡରଟେକିଂ / ବୋର୍ଡ / ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କର ମନୋନୀତ ପ୍ରତିନିଧୀ ହୋଇଥିବେ ।

୬. ଟ୍ରାକ୍ଟର, ମିନି-ଟ୍ରକ୍, ଛୋଟ ବାଣିଜ୍ୟିକ ଯାନ ଏବଂ ଅନ୍ୟ ସମାନ ହାଲୁକା ସାମଗ୍ରୀ ଯାନ ବ୍ୟତୀତ ୪ ଚକିଆ ମୋଟର ଯାନର ମାଲିକ ।

ଗ. ଆବେଦନକାରୀଙ୍କ ପରିବାରର ଜଳସେଚିତ ଜମିର ପରିମାଣ ୫ ଏକରରୁ ଅଧିକ ଓ ଅଣ ଜଳସେଚିତ ଜମିର ପରିମାଣ ୧୦ ଏକରରୁ ଅଧିକ ହୋଇଥିବ ।

(ବି:ଦ୍ର: ଏହି ଯୋଜନା ପାଇଁ, ପରିବାରର ସଂଜ୍ଞା କହିଲେ ଜାତୀୟ ଖାଦ୍ଯ ସୁରକ୍ଷା ଆଇନ / ରାଜ୍ୟ ଖାଦ୍ଯ ସୁରକ୍ଷା ଯୋଜନା (NFSA / SFSS) ରେ ପରିଭାଷିତ ଥିବା ପରିବାର କୁ ବୁଝାଏ )

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+