Subhadra Yojana: ପରୀକ୍ଷାମୂଳକ ଭାବେ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ 'ସୁଭଦ୍ରା'ର ୧ ଟଙ୍କା ଆଜି ଆସବ

ଦଶହରାରେ ସୁଭଦ୍ରା ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । ଆଜି ଆସିବାର ଅଛି ଟଙ୍କାଏ । ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ 'ସୁଭଦ୍ରା'ର ଆଜି ଆସିବ ୧ ଟଙ୍କା । ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ 'ସୁଭଦ୍ରା' ଟଙ୍କା । ଆଜି ସୁଦ୍ଧା ୧ କୋଟି ମହିଳାଙ୍କ ଆବେଦନ ପୂରଣ ହେବ । ଆଜି ସୁଦ୍ଧା ୩୨ ଲକ୍ଷ ଏମ୍‌ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି ।

କେଉଁ ମାନଙ୍କୁ ମିଳିବ ଟଙ୍କା ?

ଯେଉଁମାନଙ୍କ ବ୍ୟାଙ୍କ ଖାତା ଠିକ୍ ଥିବ ସେମାନଙ୍କୁ ମିଳିବ ଟଙ୍କା । ଆଧାରକାର୍ଡ, ବ୍ୟାଙ୍କ ଆକାଉଣ୍ଟ ସହ ମୋବାଇଲ ଲିଙ୍କ ହୋଇଥିଲେ ମିଳିବ ଟଙ୍କା । ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ନିୟମାବଳୀକୁ ପୂରଣ କରୁଥିବା ମଧ୍ୟ ଦରକାର। ତେବେ ସୁଭଦ୍ରା ଟଙ୍କା ଆସିବାକୁ ଥିବାରୁ ଏନେଇ ନେଇ ଉତ୍ସାହିତ ଆବେଦନକାରୀ । ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୧୧ ହଜାର ହିତାଧିକାରୀ ସୁଭଦ୍ରା ଟଙ୍କା ପାଇଥିଲେ । ଏଥର ୪୦ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ଟଙ୍କା ପାଇବେ । ତେବେ ଯେଉଁ ଯୋଗ୍ୟ ହିତାଧିକାରୀ ଏଥର ବି ବାଦ ପଡିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଟଙ୍କା ମିଳିବ ।

Subhadra Yojana Rs 1of Subhadra will come today in the second phase of the first installment on a trial basis

ପ୍ରଥମ ପର୍ଯ୍ୟାୟ ଭଳି ଦ୍ୱିତୀୟ ପର୍ଯ୍ୟାୟରେ ବି ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ପରୀକ୍ଷା ମୂଳକ ଭାବେ ୧ଟଙ୍କା ଲେଖାଏଁ ଆସିବ । ଯେଉଁମାନଙ୍କ ଖାତାକୁ ୧ଟଙ୍କା ଆସିବ, ସେମାନଙ୍କ ଖାତାକୁ ଆସନ୍ତା ୯ତାରିଖରେ ବାକି ଟଙ୍କା ଆସିବ । ସୁଭଦ୍ରାଙ୍କ କ୍ଷେତ୍ର ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦ୍ୱିତୀୟ ପର୍ଯ୍ୟାୟ ଟଙ୍କାକୁ ପ୍ରଦାନ କରିବେ। ଏଥିପାଇଁ ବାରିପଦାରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି ।

ଯୋଗ୍ୟତା
ଏହି ଯୋଜନାର ଲାଭ ପାଇବା ପାଇଁ ସମସ୍ତ ମହିଳା ହିତାଧିକାରୀ ନିମ୍ନଲିଖିତ ଯୋଗ୍ୟତା ମାନଦଣ୍ଡ ପୂରଣ କରିବା ଆବଶ୍ୟକ:

  • କ. ଆବେଦନକାରୀ ଓଡ଼ିଶାର ବାସିନ୍ଦା ହୋଇଥିବା ଆବଶ୍ୟକ ।
  • ଖ. ଆବେଦନକାରୀ NFSA / SFSS ଅନ୍ତର୍ଭୁକ୍ତ ହୋଇଥିବେ । NFSA / SFSS ରୁ ବଞ୍ଚିତ ଥିବା ପରିବାରର ଜଣେ ମହିଳା ସୁଭଦ୍ରା ଅଧୀନରେ ଆବେଦନ କରି ପାରିବେ, ଯଦି ତାଙ୍କ ପରିବାରର ବାର୍ଷିକ ଆୟ ଟ.୨.୫୦ ଲକ୍ଷରୁ (କେବଳ ଦୁଇ ଲକ୍ଷ ଏବଂ ପଚାଶ ହଜାର ଟଙ୍କା) ଅଧିକ ହୋଇନଥିବ ।
  • ଗ. ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ, ଆବେଦନକାରୀଙ୍କ ବୟସ ଧାର୍ଯ୍ୟ ତାରିଖ ଅନୁଯାୟୀ ୨୧ ବର୍ଷ କିମ୍ବା ଅଧିକ ଏବଂ ୬୦ ବର୍ଷରୁ କମ୍ ହେବା ଉଚିତ୍ । ଆଧାର କାର୍ଡରେ ଲିପିବଦ୍ଧ ହୋଇଥିବା ଜନ୍ମ ତାରିଖକୁ ତାଙ୍କ ବୟସ ଗଣନା ପାଇଁ ଗ୍ରହଣ କରାଯିବ।
  • ଘ. ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଧାର୍ଯ୍ୟ ତା. ୦୧.୦୭ .୨୦୨୪ ରିଖ ସୁଦ୍ଧା ମହିଳାଙ୍କ ବୟସ ୨୧ ବର୍ଷ କିମ୍ବା ତା'ଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହେବା ଆବଶ୍ୟକ । ତେଣୁ, ଆବେଦନକାରୀଙ୍କ ଜନ୍ମ ତାରିଖ ୦୨.୦୭.୧୯୬୪ ଠାରୁ ୦୧.୦୭.୨୦୦୩ ପର୍ଯ୍ୟନ୍ତ ହେବା ଉଚିତ୍ ।
  • ଙ. ୨୦୨୪-୨୫ ପାଇଁ ଯଦି ଜଣେ ମହିଳା ୦୧.୦୭.୨୦୨୪ ପରେ ୨୧ ବର୍ଷ ବୟସ ଅତିକ୍ରମ କରିବେ, ତେବେ ଯୋଜନା ଅବଧିର ଅବଶିଷ୍ଟ ବର୍ଷଗୁଡ଼ିକ ପାଇଁ ତାଙ୍କୁ ବାର୍ଷିକ ୧୦,୦୦୦ ଟଙ୍କା ମିଳିବ । ସେହିପରି ଯେଉଁ ମହିଳା ୦୧.୦୭.୨୦୨୪ ପରେ ୬୦ ବର୍ଷ ପୂରଣ କରିବେ ତାଙ୍କୁ ଯୋଜନା ଅବଧିର ଅବଶିଷ୍ଟ ବର୍ଷଗୁଡ଼ିକ ପାଇଁ ଏହି ସହାୟତା ଦିଆଯିବ ନାହିଁ ।

ଅଯୋଗ୍ୟତା
ନିମ୍ନଲିଖିତ ମହିଳାମାନେ ଯୋଗ୍ୟତା ମାନଦଣ୍ଡ ପୂରଣ କରୁଥିଲେ ମଧ୍ୟ, ଏହି ଯୋଜନାର ଲାଭ ପାଇବା ପାଇଁ ଅଯୋଗ୍ୟ ହେବେ:

  • କ. ଯେଉଁ ମହିଳା ମାସକୁ ମୋଟ ୧୫00 ଟଙ୍କା କିମ୍ବା ତାଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,000 ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ସହାୟତା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ଗ୍ରହଣ କରୁଛନ୍ତି ।
  • ଖ. ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି :
  • ୧. ବର୍ତ୍ତମାନର କିମ୍ବା ପୂର୍ବତନ ସାଂସଦ କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ।
  • ୨. ଆୟକର ଦେଉଥିବେ ।
  • ୩. ଯେ କୌଣସି ସହରାଞ୍ଚଳ ଶ୍ଵାୟତ୍ତ ଶାସନ ସଂସ୍ଥା (Urban Local body) କିମ୍ବା ପଞ୍ଚାୟତି ରାଜ ଅନୁଷ୍ଠାନରେ ନିର୍ବାଚିତ ଜନ ପ୍ରତିନିଧୀ ହୋଇଥିବେ (କେବଳ ୱାର୍ଡ ମେମ୍ବର, ସ୍ଥାନୀୟ ପରିଷଦ (Councillor) ସଦସ୍ୟ ବ୍ୟତୀତ)
  • ୪. ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେକୌଣସି ଅଣ୍ଡରଟେକିଂ (undertaking) / ବୋର୍ଡ / ସ୍ଥାନୀୟ ସଂସ୍ଥା (local body) / ସଂଗଠନ / ନିୟମିତ / ସ୍ଥାୟୀ / ଚୁକ୍ତିଭିତ୍ତିକ କର୍ମଚାରୀ ଭାବରେ ନିଯୁକ୍ତ କିମ୍ବା ଅବସର ପରେ ପେନସନ ଗ୍ରହଣ କରୁଥିବେ । ଯଦି ଏହି ଯୋଜନାର ଅନ୍ୟ ସମସ୍ତ ମାନଦଣ୍ଡ ପୂରଣ କରୁଥିଲେ, ତେବେ, ପାରିଶ୍ରମିକ ଗ୍ରହଣ କରୁଥିବା ସମସ୍ତ କର୍ମଚାରୀ ଏବଂ ଆଉଟସୋର୍ସିଂ ଏଜେନ୍ସି ମାଧ୍ୟମରେ ନିୟୋଜିତ ସମସ୍ତ କର୍ମଚାରୀ ଏହି ଯୋଜନା ଅଧୀନରେ ଯୋଗ୍ୟ ବିବେଚିତ ହେବେ ।
  • ୫. ଯେ କୌଣସି ସରକାରୀ ବିଭାଗ / ଅଣ୍ଡରଟେକିଂ / ବୋର୍ଡ / ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କର ମନୋନୀତ ପ୍ରତିନିଧୀ ହୋଇଥିବେ ।
  • ୬. ଟ୍ରାକ୍ଟର, ମିନି-ଟ୍ରକ୍, ଛୋଟ ବାଣିଜ୍ୟିକ ଯାନ ଏବଂ ଅନ୍ୟ ସମାନ ହାଲୁକା ସାମଗ୍ରୀ ଯାନ ବ୍ୟତୀତ ୪ ଚକିଆ ମୋଟର ଯାନର ମାଲିକ ।
  • ଗ. ଆବେଦନକାରୀଙ୍କ ପରିବାରର ଜଳସେଚିତ ଜମିର ପରିମାଣ ୫ ଏକରରୁ ଅଧିକ ଓ ଅଣ ଜଳସେଚିତ ଜମିର ପରିମାଣ ୧୦ ଏକରରୁ ଅଧିକ ହୋଇଥିବ ।
  • (ବି:ଦ୍ର: ଏହି ଯୋଜନା ପାଇଁ, ପରିବାରର ସଂଜ୍ଞା କହିଲେ ଜାତୀୟ ଖାଦ୍ଯ ସୁରକ୍ଷା ଆଇନ / ରାଜ୍ୟ ଖାଦ୍ଯ ସୁରକ୍ଷା ଯୋଜନା (NFSA / SFSS) ରେ ପରିଭାଷିତ ଥିବା ପରିବାର କୁ ବୁଝାଏ )
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+