ଆସିଲା ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା; କେମିତି ଜାଣିବେ ଟଙ୍କା ଆପଣଙ୍କ ଖାତାକୁ ଆସିଛି କି ନାହିଁ ?

ଆସିଲା ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା। ଅନ୍ତର୍ଜାତୀୟ ମହିଳା ଦିବସରେ ସବୁ ହିତାଧିକାରୀ ପାଇଲେ ଦ୍ୱିତୀୟ ପର୍ଯ୍ୟାୟର ୫ ହଜାର ଲେଖାଏଁ ଟଙ୍କା। କୋଟିଏ ୬୪ ହଜାର ହିତାଧିକାରୀଙ୍କ ଖାତାକୁ ଗଲା ୫ ହଜାର କୋଟିରୁ ଅଧିକ ଟଙ୍କା।

ଶେଷ ପର୍ଯ୍ୟାୟରେ ସାମିଲ ହୋଇଥିବା ହିତାଧିକାରୀ ମଧ୍ୟ ଏହି ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି। ତେବେ ମୋଟ ଆବେଦନକାରୀଙ୍କ ସଂଖ୍ୟା କୋଟିଏ ୮ ଲକ୍ଷ ଥିବାବେଳେ, ମାର୍ଚ୍ଚ ୩୧ ଯାଏ ଆବେଦନ କରିଥିବା ହିତାଧିକାରୀଙ୍କୁ ସର୍ଭେ କରି ସାମିଲ କରିବେ ସରକାର

ପୂର୍ବ ପର୍ଯ୍ୟାୟ ଗୁଡିକରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଆସିଥିଲେ ବି ମୋବାଇଲକୁ କୌଣସି ମେସେଜ ଆସି ନ ଥିଲା। ଏ ନେଇ ଅନେକ ହିତାଧିକାରୀ ବ୍ୟସ୍ତ ହୋଇପଡିଥିଲେ । ଅଧିକାଂଶଙ୍କ ପାଖରେ ଫୋନରେ ୟୁପିଆଇ ବ୍ୟବସ୍ଥା ନ ଥିବା ହେତୁ ଟଙ୍କା ଆସିଛି କି ନାହିଁ ସେମାନେ ସ୍ପଷ୍ଟ ହୋଇପାରୁନଥିଲେ । କେଉଁଠି କେଉଁଠି ବ୍ୟାଙ୍କ କିମ୍ବା ଏଟିଏମ ଯାଇ ତୁରନ୍ତ ଚେକିଂ କରିବାର ବ୍ୟବସ୍ଥା ମଧ୍ୟ ଉପଲବ୍ଧ ନାହିଁ ।

Subhadra YOJANA

କେମିତି ଜାଣିବେ ଟଙ୍କା ଆପଣଙ୍କ ଖାତାକୁ ଆସିଛି କି ନାହିଁ ?

ଟଙ୍କା ଆସିଛି କି ନାହଁ ଜାଣିବା ପାଇଁ ସରକାରୀ ୱେବସାଇଟ ସୁଭଦ୍ରା ପୋର୍ଟାଲକୁ ଯାଆନ୍ତୁ। ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ।

ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ ।

ଏକ ପୃଷ୍ଠା ଖୋଲିବ ଯେଉଁଥିରେ ହିତାଧିକାରୀଙ୍କ ବିବରଣୀ ଦେଖାଯିବ । ତଳେ ଏକ ବକ୍ସ, ଇ କେୱାଇସି ଷ୍ଟାଟସ, ଇ କେୱାଇସି ପ୍ରକାର, ସୱୀକୃତି ସ୍ଥିତି, ପେମେଣ୍ଟ ସ୍ଥିତି ଦେଖାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+