ମାର୍ଚ୍ଚ ୮ ରେ ଦ୍ୱିତୀୟ କିସ୍ତି; ହେଲେ ଏମାନଙ୍କୁ ସୁଭଦ୍ରା ଟଙ୍କା ମିଳିବନି

ମାର୍ଚ୍ଚ ୮ ରେ ଦ୍ୱିତୀୟ କିସ୍ତି; ହେଲେ ଏମାନଙ୍କୁ ସୁଭଦ୍ରା ଟଙ୍କା ମିଳିବନି । ତେବେ କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି? ଆବେଦନ କରିଥିଲେ ବି କଟିଯିବ ନାଁ । ଜାଣନ୍ତୁ ରାଜ୍ୟର ସରକାରଙ୍କ ଗାଇଡଲାଇନ୍ କଣ ରହିଛି । ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରନ୍ତି, ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ । ବା ସେମାନଙ୍କର ନାଁ କାଟି ଦିଆଯିବ ।

କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି?

ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୨୧ ବର୍ଷରୁ କମ୍ ହୋଇନଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ ।

subhadra yojana

ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ।

ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି ବର୍ତ୍ତମାନର କିମ୍ବା ପୂର୍ବତନ ସାଂସଦ କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ସେହିଭଳି ଆୟକର ଦେଉଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ ।

ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେକୌଣସି ଅଣ୍ଡରଟେକିଂ (undertaking) / ବୋର୍ଡ / ସ୍ଥାନୀୟ ସଂସ୍ଥା (local body). କିମ୍ବା ସଂଗଠନ / ନିୟମିତ / ସ୍ଥାୟୀ / ଚୁକ୍ତିଭିତ୍ତିକ କର୍ମଚାରୀ ଭାବରେ ନିଯୁକ୍ତ କିମ୍ବା ଅବସର ପରେ ପେନସନ ଗ୍ରହଣ କରୁଥିବେ । ଯଦି ଏହି ଯୋଜନାର ଅନ୍ୟ ସମସ୍ତ ମାନଦଣ୍ଡ ପୂରଣ କରୁଥିଲେ, ତେବେ, ପାରିଶ୍ରମିକ ଗ୍ରହଣ କରୁଥିବା ସମସ୍ତ କର୍ମଚାରୀ ଏବଂ ଆଉଟସୋସିଂ ଏଜେନ୍ସି ମାଧ୍ଯମରେ ନିୟୋଜିତ ସମସ୍ତ / କର୍ମଚାରୀ ଏହି ଯୋଜନା ଅଧୀନରେ ଯୋଗ୍ୟ ବିବେଚିତ ହେବେ ।

ଯଦି ଅବେଦନକାରୀଙ୍କ ପରିବାରର ଜଳସେଚିତ ଜମିର ପରିମାଣ ୫ ଏକରରୁ ଅଧିକ ଓ ଅଣ ଜଳସେଚିତ ଜମିର ପରିମାଣ ୧୦ ଏକରରୁ ଅଧିକ ହୋଇଥିବ ସେମାନେ ସୁଭଦ୍ରା ଟଙ୍କା ପାଇପାରିବେ ନାହିଁ । ସେହିଭଳି ଟ୍ରାକ୍ଟର, ମିନି-ଟ୍ରକ୍, ଛୋଟ ବାଣିଜ୍ୟିକ ଯାନ ଏବଂ ଅନ୍ୟ ସମାନ ହାଲୁକା ସାମଗ୍ରୀ ଯାନ ବ୍ୟତୀତ ୪ ଚକିଆ ଗାଡି ଥିଲେ ସୁଭଦ୍ରା ଟଙ୍କା ପାଇବେ ନାହିଁ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+