ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା: ଅକ୍ଟୋବର ୯ରେ ଆସିବ ଦ୍ବିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା

ଅକ୍ଟୋବର ୯ରେ ଆସିବ ଦ୍ବିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ । ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ଟଙ୍କା ।

SUBHADRA YOJANA

ଦ୍ବିତୀୟ ପର୍ଯ୍ୟାୟରେ ପ୍ରାୟ ୪୦ ଲକ୍ଷ ମହିଳା ସାମିଲ ହେବେ । ଅକ୍ଟୋବର ୭ ସୁଦ୍ଧା ଯେଉଁମାନେ ଆବେଦନ କରିଥିବେ ସେମାନଙ୍କ ମଧ୍ୟରୁ ଯୋଗ୍ୟ ମହିଳାମାନେ ଏହି ଯୋଜନାରେ ସାମିଲ ହେବେ । ବର୍ତ୍ତମାନ ପର୍ଯ୍ୟନ୍ତ ୯୭ ଲକ୍ଷ ମହିଳା ସୁଭଦ୍ରା ସହାୟତା ପାଇଁ ଆବେଦନ କରିସାରିଲେଣି । ଯେଉଁମାନେ ବାଦ୍ ପଡିଯିବେ ସେମାନେ ପରବର୍ତ୍ତୀ ପର୍ଯ୍ୟାୟରେ ସାମିଲ ହେବେ ।

ପ୍ରଭାତି ପରିଡା ଆହୁରି ମଧ୍ୟ କହିଛନ୍ତି, ମାର୍ଚ୍ଚ ୮ ଯାଏଁ ସୁଭଦ୍ରା ଆବେଦନ ପାଇଁ ସମୟ ସୀମା ରହିଛି । ତେଣୁ ଯେଉଁମାନେ ଇ-କେଓ୍ବାଇସି ଭରିନାହାନ୍ତି ସେମାନେ ଭରିଲେ ଯଙ୍କା ନିହାତି ପାଇପାରିବେ । ତେବେ ଏହି ବାରିପଦା ସଭାରେ ଯେଉଁ ମହିଳା ଏହି ସହାୟତା ପାଇଁ ପ୍ରଥମେ ଆବେଦନ କରିଥିବେ ଓ ଯେଉଁ ମହିଳା ୧ କୋଟିରେ ସେମାନଙ୍କୁ ସଭାରେ ସମ୍ମାନିତ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+