ଅଗଷ୍ଟ ୧୫ରେ ଆସିବ ସୁଭଦ୍ରା ଯୋଜନା SOP
ଭୁବନେଶ୍ବର: ସ୍ବାଧୀନତା ଦିବସ ଅବସରରେ ତଥା ଅଗଷ୍ଟ ୧୫ ତାରିଖରେ ସୁଭଦ୍ରା ଯୋଜନାର ଏସଓପି ତଥା ଏହାର ମାର୍ଗଦର୍ଶିକା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟ ମନ୍ତ୍ରୀ କହିଛନ୍ତି ଯେ ସୁଭଦ୍ରା ଯୋଜନା ଏସଓପି ଅଗଷ୍ଟ ୧୫ ତାରିଖରେ ଆସିବ। ସୁଭଦ୍ରା ଯୋଜନା ପାଇଁ ବଜେଟରେ ୧୦ ହଜାର କୋଟି ଟଙ୍କା ମଞ୍ଜୁରୀ ପାଇଛି ।
ତେବେ ଆବଶ୍ୟକ ପଡ଼ିଲେ ଏଥିରେ ବୃଦ୍ଧି ହୋଇପାରେ । ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ରାଜ୍ୟରେ ଏହି ଯୋଜନା ଲାଗୁ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ଏହାବ୍ୟତୀତ ରାଜ୍ୟରେ ଲକ୍ଷପତି ଦିଦିଙ୍କ ସଂଖ୍ୟା ବୃଦ୍ଧି କରିବା ସହ ମିଶନ୍ ଶକ୍ତି ମା' ମାନଙ୍କ ଏକ୍ସପୋଜର ଭିଜିଟ ଉପରେ ଗୁରୁତ୍ୱ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି ।
ନିଜ ମନ୍ତବ୍ୟରେ ସେ ପୂର୍ବ ସରକାରଙ୍କୁ ବେଶ୍ ଟାର୍ଗେଟ କରିଥିବା ଦେଖିବାକୁ ମିଳିଛି । ଏହାସହିତ ମିଶନ୍ ଶକ୍ତି କେବେ ବି ବନ୍ଦ ହେବନାହିଁ, ବରଂ ସେମାନଙ୍କ ବିକାଶ କ୍ଷେତ୍ରରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ମତବ୍ୟକ୍ତ କରିଛନ୍ତି । ରାଜ୍ୟର ବିଜେପି ସରକାର ନିଜର ନିର୍ବାଚନୀ ପ୍ରତିଶ୍ରୁତି ପାଳନ କରି ଆସନ୍ତା ସେପ୍ଟେମ୍ବର ୧୭ତାରିଖରୁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନିମନ୍ତେ ନିଷ୍ପତ୍ତି ନେଇଛି ।

ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ତାରିଖରେ ହୋଇଥିବାରୁ ଉକ୍ତଦିନ ହିଁ ରାଜ୍ୟ ସରକାର 'ସୁଭଦ୍ରା' ଯୋଜନାକୁ କାର୍ଯ୍ୟକାରୀ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଥିଲେ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଉକ୍ତଦିନ ଓଡ଼ିଶା ଆସି ଏହି ଯୋଜନାର ଲୋକାର୍ପଣ କରିବେ ।
ଉକ୍ତଦିନ ୫ଲକ୍ଷ ମହିଳାଙ୍କୁ ଏହି ଯୋଜନାର ଭାଉଚର ଯୋଗାଇ ଦିଆଯିବ । ରାଜ୍ୟ ସରକାର ନିଜର ୧୦୦ଦିନର କାର୍ଯ୍ୟକ୍ରମରେ ସୁଭ୍ରଦା ଯୋଜନା ଓ ଚାଷୀଙ୍କୁ ୩୧୦୦ଟଙ୍କାର ଏମଏସପି ଦେବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ମାଝୀ କହିଥିଲେ ।












Click it and Unblock the Notifications