Subhadra Yojana: କାଲି ଆସିବ ସୁଭଦ୍ରା ଟଙ୍କା, ହେଲେ ଏମାନଙ୍କୁ ମିଳିବ ନାହିଁ

ଆସନ୍ତାକାଲି ଅର୍ଥାତ୍‌ ୯ ତାରିଖରେ ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ। ହେଲେ ଏହା ପୂର୍ବରୁ ସମସ୍ତଙ୍କ ମନରେ ପ୍ରଶ୍ନ ଉଠୁଛି ଯେ କେଉଁ ବ୍ୟାଙ୍କ ଖାତାକୁ ଟଙ୍କା ଯିବ ଓ କେଉଁ ଖାତାକୁ ଟଙ୍କା ଆସିବ ନାହିଁ । ସୁଭଦ୍ରା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧ କୋଟିର ଉର୍ଦ୍ଧ୍ବ ମହିଳା ଏଥିପାଇଁ ଆବେଦନ କରିସାରିଲେଣି । ତେବେ ପରବର୍ତ୍ତୀ ପର୍ଯ୍ୟାୟ ଟଙ୍କା କେତେ ଆକାଉଣ୍ଟକୁ ଯିବ ସେ ନେଇ ହିତାଧିକାରୀ ଦ୍ବନ୍ଦ୍ବରେ ଥିଲେ । ଆଉ ସମସ୍ତଙ୍କ ଦ୍ବନ୍ଦ୍ବ ଦୂର କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

ଯେଉଁମାନଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯାଇ ନାହିଁ ସେମାନେ ଆସନ୍ତା ଅକ୍ଟୋବର ୯ ତାରିଖ ଅର୍ଥାତ ଦୁର୍ଗା ପୂଜାରେ ଟଙ୍କା ପାଇବେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଜରିଆରେ ବାଣ୍ଟିବେ ଟଙ୍କା ।ଯେଉଁମାନଙ୍କ ଆକାଉଣ୍ଟକୁ ଟଙ୍କା ଯାଇ ନାହିଁ ସେମାନେ ବ୍ୟସ୍ତ ନହେବା ପାଇଁ ପୂର୍ବରୁ କହିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସମସ୍ତଙ୍କ ଆକାଉଣ୍ଟକୁ ପର୍ଯ୍ୟାୟକ୍ରମେ ଯିବ ଟଙ୍କା । ଏଥିପାଇଁ ଆଦୌ ବ୍ୟସ୍ତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମିଳିଥିବା ସୂଚନାନୁଯାୟୀ, ବ୍ୟାଙ୍କ ଖାତାରେ ଆଧାର ଇକେୱାଇସିି ସମସ୍ୟା କିମ୍ବା ଅନ୍ୟ କୌଣସି ଅସୁବିଧା ଯୋଗୁଁ ସରକାରଙ୍କ ତରଫରୁ ଟଙ୍କା ପଠାଯାଇଥିଲେ ମଧ୍ୟ ପହଞ୍ଚିବାରେ ବିଳମ୍ବ ହେବ କିମ୍ବା ଅଟକି ଯିବ । ସରକାରଙ୍କ ଅନୁଯାୟୀ ସୁଭଦ୍ରା ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟରେ ଜମା ହେବ ।

ହିତାଧିକାରୀ ପ୍ରଦାନ କରିଥିବା ନିଜ ବ୍ୟାଙ୍କ ଆକାଉଣ୍ଟରେ ସୁଭଦ୍ରା ଟଙ୍କା ଆସିବ । ସେହି ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯିବ ଯେଉଁଥିରେ ଡିବିଟି ସକ୍ଷମ ଥିବ । ଗୋଟିଏ ବ୍ୟାଙ୍କରୁ ଅନ୍ୟ ଏକ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଟ୍ରାନ୍ସଫର ସୁବିଧା ଥିବା ଖାତାକୁ ସୁଭଦ୍ରା ଟଙ୍କା ପ୍ରଦାନ କରିବେ ସରକାର । ଯଦି ଏମିତି ସୁବିଧା ନ ଥିବ ତେବେ ସେହି ଆକାଉଣ୍ଟକୁ ଟଙ୍କା ଆସିବ ନାହିଁ।

Subhadra Yojana

ବୁଧବାର ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ଆସିବ। ଏହାପୂର୍ବରୁ ସୋମବାର ଖବର ଆସିଥିଲା ଯେ, ଯେଉଁ ହିତାଧିକାରୀମାନଙ୍କୁ ଖାତାକୁ ଦ୍ୱିତୀୟ ପର୍ଯ୍ୟାୟରେ ଟଙ୍କା ଆସିବ ସେମାନଙ୍କ ଖାତାକୁ ସରକାର ଏକ ଟଙ୍କା ପଠାଇଛନ୍ତି।

ତେବେ ସାରେ ସରକାରଙ୍କ ପକ୍ଷରୁ ଏହି ଖବରକୁ ଖଣ୍ଡନ କରାଯାଇଛି। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଦିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+